ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ପ୍ରକାଶ ଯେ, ସନ୍ତୋଷ ଗତ କିଛିଦିନ ପୁର୍ବରୁ ରାୟଗଡ଼ା ଜିଲାରେ ଏକ ମହୋତ୍ସବରେ ଯୋଗଦେଇ ଘରକୁ ଫେରିଥିଲେ। ଘରେ ଥଣ୍ଡା ଜନିତ ରୋଗରେ ଆକ୍ରାନ୍ତ ହୋଇ ଶନିବାର ଅପରାହ୍ନରେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ଶ୍ୱାସକ୍ରିୟାରେ ସମସ୍ୟା ସୃଷ୍ଟି ହେବାରୁ ଅଧିକ ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ତାଙ୍କୁ ପରିବାର ଲୋକେ ବ୍ରହ୍ମପୁର ନେବାବେଳେ ସେ ସୋରଡ଼ା ନିକଟରେ ଆହୁରି ଗୁରୁତର ହୋଇପଡ଼ିଥିଲେ। ପରେ ସୋରଡ଼ା ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଘଟଣାଟି ବିଳମ୍ବିତ ରାତିରେ ହୋଇଥିବା ବେଳେ ସକାଳୁ ଏହା ପ୍ରଘଟ ହେବା ପରେ ସନ୍ତୋଷଙ୍କ ଗ୍ରାମ ସୁଲୁମାହାରେ ହଜାର ହଜାର ଲୋକ ଭିଡ଼ ଜମାଇଥିଲେ।

ସନ୍ତୋଷ ଓରଫ ବାବୁଲା ଅଞ୍ଚଳରେ ଜଣେ ଲୋକପ୍ରିୟ ବ୍ୟକ୍ତି ହୋଇଥିବା ବେଳେ ଓଡ଼ିଶା ଡ୍ରାଇଭର ମହାସଂଘ ଦାରିଙ୍ଗବାଡ଼ି ଶାଖାର ଉପସଭାପତି ଭାବେ ଦାୟିତ୍ୱ ତୁଲାଇବା ସହ ସେ ପୁର୍ବରୁ ବିଭିନ୍ନ ରାଜନୈତିକ ଦଳରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ରହିଥିଲେ। ଏବେ ସେ କଂଗ୍ରେସ ଦଳରେ ଜଣେ ଶୃଙ୍ଖଳିତ କର୍ମୀଭାବେ ଥିଲେ ତାଙ୍କ ବିୟୋଗରେ କଂଗ୍ରେସର ବରିଷ୍ଠ ନେତା ଅମିରଚାନ୍ଦ ନାୟକ, ସୁରେନ୍ଦ୍ର ସାହୁ, ସନ୍ତୋଷ ପ୍ରଧାନ, ତିଆଡ଼ି ନାୟକ, ଶରତ ପ୍ରଧାନ ପ୍ରମୁଖ ପହଞ୍ଚି ଦଳୀୟ ପତାକା ତାଙ୍କ ମୃତଦେହରେ ଘୋଡ଼ାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସେହିପରି ବିଭିନ୍ନ ବ୍ଲକରୁ ଓଡ଼ିଶା ଡ୍ରାଇଭର ସଂଘର କର୍ମକର୍ତ୍ତା ଓ ସାଥୀମାନେ ଶେଷ ଦର୍ଶନ କରିଥିଲେ।

ସୂଚନାଯୋଗ୍ୟ, ସନ୍ତୋଷଙ୍କ ସ୍ତ୍ରୀ ଚନ୍ଦ୍ରିକାଙ୍କ ସମେତ ତାଙ୍କର ୨ ଝିଅ ଓ ୨ ପୁଅ ରହିଛନ୍ତି। ଏଥିସହ ଭଉଣୀ ଓ ମା’ ସନ୍ତୋଷଙ୍କ ଉପରେ ନିର୍ଭର କରୁଥିଲେ। ତାଙ୍କ ଦେହାନ୍ତରେ ପୂରା ପରିବାର ଭାଙ୍ଗିପଡ଼ିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri