Posted inଭଦ୍ରକ

ଦନ୍ତା ବୁଲୁଥିବାରୁ ଅଞ୍ଚଳବାସୀ ଭୟଭୀତ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ଜିଲା ଆଗରପଡା ଅଞ୍ଚଳରେ ଏକ ଦନ୍ତା ହାତୀ ବୁଲୁଥିବାରୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ଗତ ୪ ବର୍ଷ ଧରି ଜ୍ୟେଷ୍ଠ ମାସରେ ଆମ୍ବ ପଣସ ସମୟରେ ଦନ୍ତା ହାତୀଟି ଆଗରପଡା ଅଞ୍ଚଳର ପାଟକନା, ରାଉତରାପୁର, ମହାନ୍ତିପଡା ଆଦି ଗ୍ରାମକୁ ଆସୁଥିବା ବେଳେ ଚଳିତ ବର୍ଷ ଦନ୍ତାଟି ଗତ ଶନିବାର ରାତିରେ ମହାନ୍ତିପଡା ନିକଟସ୍ଥ ସାଳନ୍ଦୀ ନଦୀ କୂଳ ଆମ୍ବତୋଟାରେ ରହିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏହି ଖବର ଜାଣିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ବନ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ୱାରା ଲୋକମାନଙ୍କୁ ସଚେତନ ରହିବାକୁ କୁହାଯାଇଛି।
ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ହଦଗଡ ହସ୍ତୀ ଅଭୟାରଣ୍ୟରୁ ହାତୀଟି ଖାଦ୍ୟ ଅନ୍ବେଷଣରେ ଆସି ଏହି ଅଞ୍ଚଳରେ ବ୍ୟାପକ ଫସଲ ନଷ୍ଟ କରିବା ସହିତ ଘରଦ୍ୱାର ଭାଙ୍ଗି ଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଦନ୍ତା ଦିନ ବେଳା ସାଳନ୍ଦୀ ନଦୀର ଅପର ପାର୍ଶ୍ୱରେ ଘଞ୍ଚ ଜଙ୍ଗଲରେ ରହୁଥିବା ବେଳେ ରାତିରେ ନଦୀ ପାର ହୋଇ ଜନବସତିକୁ ଆସିଥାଏ। ବନ ବିଭାଗକୁ ଲୋକେ ଜଣାଇବା ପରେ ଆଗରପଡ଼ା ବନବିଭାଗ ପକ୍ଷରୁ ହାତୀର ଗତିବିଧି ଉପରେ ନଜର ରଖିବା ସହ ବାଣ ଫୁଟାଇ ହାତୀକୁ ଘଉଡ଼ାଇ ଦିଆଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି...

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ

ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬...

ମଦ ପିଇବାକୁ ଟଙ୍କା ଦେଲେନି ମା’, ପେଟ୍ରୋଲ ଢାଳି ଜାଳିଦେଲେ ପୁଅ

ତିହିଡି଼, ୪।୧୨(ସଞ୍ଜିତ ବଳ): ଗୁରୁବାର ସକାଳୁ ସକାଳୁ ମା’କୁ ଟଙ୍କା ମାଗିଥିଲେ ପୁଅ । ପୁଅ ଟଙ୍କା ନେଇ ମଦ ପିଇବ ବୋଲି ମା’ ଜାଣିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri