ଘରୋଇ ରାସ୍ତାରେ ସରକାରୀ କଂକ୍ରିଟ ରାସ୍ତା ନିର୍ମାଣକୁ ନେଇ ସ୍ଥାନୀୟ ଜନସାଧାରଣଙ୍କ ଅଭିଯୋଗ

ତୁଣ୍ଡଲା,୧୯।୯ (ଫିରୋଜ କୁମାର ଦାଶ ): ରାଜ୍ୟ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କଚା ରାସ୍ତାକୁ ପକ୍କା ରାସ୍ତା କରିବାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ କେବେ ବି ରାସ୍ତାର ଅବସ୍ଥା ସୁଧୁରି ନାହିଁ । ବର୍ତ୍ତମାନ ସରକାର ଘରୋଇ ରାସ୍ତାଗୁଡିକୁ ମଧ୍ୟ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି କଂକ୍ରିଟ ରାସ୍ତା କରିବାରେ ଟଙ୍କା ଖର୍ଚ୍ଚ କରୁଥିବାରୁ ସ୍ଥାନୀୟ ସରପଞ୍ଚଙ୍କ ସମେତ ଗ୍ରାମବାସୀ ଅଭିଯୋଗ କରିଛନ୍ତି॥ ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଯାପାଲି ପଞ୍ଚାୟତ ଦିଗଶିରାଠାରୁ ସିର୍ଯାପାଲି ପଂଚାୟତକୁ ଯାଉଥିବା ଜନପଡାଠାରେ।

ସୂଚନାଯୋଗ୍ୟ, ମୁଖ୍ୟ ରାସ୍ତାରୁ ଜନପଡା ଭିତରକୁ ଯାଉଥିବା ରାସ୍ତାଟି କୌଣସି ସରକାରୀ ରାସ୍ତା ନୁହେଁ କିନ୍ତୁ ଏକ ଘରୋଇ ରାସ୍ତା ଉପରେ ସରକାରଙ୍କ ୫ମ ଏସଏଫସି ଯୋଜନା ଠାରୁ ଦୁଇ ଲକ୍ଷ ଟଙ୍କା ବିନିମୟରେ କଂକ୍ରିଟ ରାସ୍ତା କରାଯାଇଥିବା ଦେଖିବାକୁ ମିଳିଛି । ଏନେଇ ଏ.ଇ.ଇ. ସୁବାଷ ନାଏକଙ୍କୁ ପଚାରିବାରୁ ଯେତେବେଳେ କଂକ୍ରିଟ ସାମଗ୍ରୀ ସେଠି ରଖାଗଲା ସେତେବେଳେ କାହିଁକି ମୋତେ ଫୋନ କଲେନାହିଁ ଓ କାମ ସରିଗଲା ପରେ କାହିଁକି ଫୋନ କରିକି ପଚାରୁଛନ୍ତି ବୋଲି କହିଛନ୍ତି। ମୁଁ ବର୍ତ୍ତମାନ ଭି.ସି ମିଟିଙ୍ଗରେ ଅଛି , ଆଉ ଆପଣଙ୍କୁ କିଛି ମତାମତ ଦେଇପାରିବି ନାହିଁ ବୋଲି ଫୋନ ଯୋଗେ ସେ କହିଛନ୍ତି। ସ୍ଥାନୀୟ ସରପଞ୍ଚ ପ୍ରମୋଦ କୁମାର ଦାଶଙ୍କୁ ପଚାରିବାରୁ ସିର୍ଯାପାଲି ମୁଖ୍ୟ ରାସ୍ତା ଅବସ୍ଥା ବହୁତ ଖରାଫ, ସେହି ରାସ୍ତାରେ କାମ କରୁନାହାନ୍ତି କିନ୍ତୁ ଘରୋଇ ରାସ୍ତା ଉପରେ କାହିଁକି କାମ କରାଗଲା ବୋଲି କହିଛନ୍ତି ଓ ମୁଖ୍ୟ ରାସ୍ତାକୁ କଂକ୍ରିଟ କରିବା ପାଇଁ ବହୁ ବାର ସମିତି ମିଟିଙ୍ଗ ଅଭିଯୋଗ ମଧ୍ୟ କରିଛି ବୋଲି ପ୍ରକାଶ କରିଛନ୍ତି। ବର୍ତ୍ତମାନ ଦାୟିତ୍ୱରେ ଥିବା ଜେଇଇ ଜୟଶ୍ରୀ ସନ୍ଧ୍ୟାଙ୍କୁ ଫୋନ କଲେ ଜାଣିଶୁଣି ମଧ୍ୟ ସେ ଫୋନ ରିସିଭ କରୁନାହାନ୍ତି ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆନ୍ଧ୍ରର ୩୦ ବିଡ଼ିଓ

ଛତ୍ରପୁର,୨୭।୩(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆନ୍ଧ୍ରପ୍ରଦେଶ ରାଜ୍ୟରୁ ୩୦ ଜଣିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରିଦର୍ଶନ କରିଛନ୍ତି। ଉପସ୍ଥିତ ଥିବା ଅତିଥିଙ୍କ…

ରାମଲଲାଙ୍କ ‘ସୂର୍ଯ୍ୟ ତିଳକ’ ଦେଖି ଭାବପ୍ରବଣ ହୋଇପଡ଼ିଲେ ମୋଦି: ଭିଡିଓ ଦେଖିଲେ ହୋଇଯିବେ ଅଭିଭୂତ

ନୂଆଦିଲ୍ଲୀ,୨୭।୩: ରାମଙ୍କ ନଗରୀ ଅଯୋଧ୍ୟାରେ ରାମ ନବମୀ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଇଛି। ରାମଲଲାଙ୍କ ଜନ୍ମବାର୍ଷିକୀ ପାଳନ ପାଇଁ ବହୁ ସଂଖ୍ୟକ ଭକ୍ତ ଏକାଠି ହୋଇଥିଲେ।…

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri