ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ ଅଛନ୍ତି । ଗୋଟିଏ ହନୁ ମାଙ୍କଡ଼ ପାଗଳ ହୋଇ ଆଖପାଖ ଗ୍ରାମର ପ୍ରାୟ ୧୫ ଜଣରୁ ଉର୍ଦ୍ଧ ମହିଳା, ଛୋଟ ପିଲା ବୟସ୍କ ବ୍ୟକ୍ତିମାନଙ୍କୁ ଅତର୍କିତ ଭାବେ ଆକ୍ରମଣ କରୁଥିବା ଜଣାପଡିଛି ।
ସୂଚନା ମୁତାବକ, ପାଟରପଦା ଗ୍ରାମ ପଞ୍ଚାୟତଠୁ ଆରମ୍ଭ କରି ପାଟରପଦା ନୂଆସାହି, କଟାବାହାଳ, କଟାବାହାଳ ନୂଆସାହି, ମେଣ୍ଢାପଦା, ମାଧପୁର ଅଞ୍ଚଳରେ ଆଜକୁ ପ୍ରାୟ ୭ଦିନ ଧରି ହନୁ ମାଙ୍କଡ଼ ଆକ୍ରମଣରେ ଛୋଟ ପିଲା ଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ରାସ୍ତାରେ ଯାତାୟତ କରୁଥିବା ପଥଚାରୀଙ୍କ ଉପରକୁ ଝାମ୍ପ ମାରିବା ସହିତ ଆକ୍ରମଣ କରୁଛି ।

ପାଗଳ ମାଙ୍କଡ ଶିକାର ହୋଇଥିବା ମଧ୍ୟରେ ବୟସ୍କା ମହିଳା ଶଖି ସାହୁ ବୟସ ୮୫ ବର୍ଷ, କଳାବତୀ ନାୟକ ବୟସ ୬୮, ନାତୁଣୀ ସ୍ବାଗତିକା ନାୟକ ବୟସ ୧୮ ବର୍ଷ ,ସ୍ବତା ଲିନା ସାହୁ ବୟସ ୩୫ ବର୍ଷ ‌,ନୟନ ନାଥ ବୟସ ୬୨ ବର୍ଷ, ଗଣିଆ ବେଜ, ଜଗା ନାଥ ଭଳି ଛୋଟ ଛୁଆ ମଧ୍ୟ ଏହି ଆକ୍ରମଣର ଶିକାର ହୋଇ ସ୍ଥାନୀୟ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚକିତ୍ସିତ ହେଉଛନ୍ତି । ଖବର ପାଇ ଡିହୋଡଳ ବନଖଣ୍ଡ ଅଧିକାରୀ ଚନ୍ଦ୍ରଶେଖର ବେହେରାଙ୍କ ତତ୍ତ୍ଵାବଧାନରେ ସମସ୍ତ କର୍ମଚାରୀ ସାମୁହିକ ଉଦ୍ୟମ କରି ମାଙ୍କଡକୁ ଧରିବାରେ ବିଫଳ ହେବା ହେତୁ ଟ୍ରାକୁଲାଇଜର ଟିମକୁ ଅବଗତ କରାଇଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri