ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ ଭୂମିପୂଜା ପାଇଁ କରାଯାଉଥିବା ପ୍ରସ୍ତୁତି ପୂର୍ବରୁ ଅଞ୍ଚଳବାସୀ ଗୁରୁବାର ବିରୋଧ କରିଛନ୍ତି। ମାଳିପୁଟ ଗ୍ରାମ ଛକ ନିକଟରେ ୩, ୪ ଗ୍ରାମର ଗ୍ରାମବାସୀ ଏକତ୍ର ହୋଇ ଏହି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ବ୍ଲକ୍‌ର ମାଳିପୁଟ, କୋଟିଆ, ପଟ୍ଟାଙ୍ଗି, ନୂଆଗାଁ ସହ ସେମିଳିଗୁଡା ବ୍ଲକର ୨ ପଞ୍ଚାୟତବାସୀ ଏହି ବକ୍ସାଇଟ ଖଣି ଖନନକୁ ଦୀର୍ଘ ବର୍ଷ ହେବ ବିରୋଧ କରି ଆସୁଥିବା ବେଳେ ଏବେ ପଲ୍ଲୀ ଓ ଗ୍ରାମସଭାକୁ ବିରୋଧ କରିଆସୁଛନ୍ତି।

ସୂଚନାନୁଯାୟୀ, ବୁଧବାର ବିଳମ୍ବିତ ରାତିରୁ ଖଣି ଖନନ ଓ ରାସ୍ତା ନିର୍ମାଣ କରିବା ପାଇଁ ଘରୋଇ କମ୍ପାନୀର କେତେକ ଲୋକ ଗ୍ରାମବାସୀଙ୍କୁ ଟଙ୍କା ଦେଇଥିବା ଅଞ୍ଚଳବାସୀ ଖବର ପାଇଥିଲେ। ପାହାଡ଼ ଉପରକୁ ଖଣି ଖନନ ରାସ୍ତା ପାଇଁ ସର୍ଭେ କରାଯାଉଥିବା ଶୁଣି ଅଞ୍ଚଳବାସୀ ଉତ୍ତ୍ୟକ୍ତ ହୋଇ ଭୂମିପୂଜା କରିବାକୁ ଦେଇ ନ ଥିଲେ। ପ୍ରକାଶ, ମାଳିପୁଟ ଦେଇ ସେରୁବନ୍ଧ ପାହାଡ଼କୁ ଯାଇଥିବା ରାସ୍ତାକୁ ଓସାରିଆ କରିବା ପାଇଁ ଏକ ଘରୋଇ କମ୍ପାନୀକୁ ନାଲ୍‌କୋ ପକ୍ଷରୁ ଟେଣ୍ଡର ମିଳିଛି। କିନ୍ତୁ ଏହି କାମ ଆଗେଇ ପାରୁ ନ ଥିବାରୁ ରାସ୍ତା ନିର୍ମାଣ ପାଇଁ ଭୂମିପୂଜା ପୂର୍ବରୁ ଟଙ୍କା ବାଣ୍ଟି ଲୋକଙ୍କୁ ଭୂତେଇ ଠିକା ସଂସ୍ଥା କାମ ଆରମ୍ଭ କରିବ ବୋଲି ଗଁା ସାରା ପ୍ରଚାର ହେବା ପରେ ଏଭଳି ପରିସ୍ଥିତି ଉପୁଜିବା ସହ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ଅଞ୍ଚଳବାସୀଙ୍କ ବିରୋଧ ପରେ ଘରୋଇ କମ୍ପାନୀ ଫେରିଯାଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…

ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ  ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri