ପାନୀୟ ଜଳ ସମସ୍ୟା ନେଇ ଗ୍ରାମବାସୀ ନେଲେ ଚରମ ନିଷ୍ପତ୍ତି, ଗରା ବାଲଟି ଧରି ଧାରଣାରେ ବସିଲେ

ଉଦଳା,୨୭ା୪(ସନ୍ତୋଷ କୁମାର ବାଚ୍ଛିନୀ): ଦୀର୍ଘ ବର୍ଷ ହେବ ଗ୍ରାମରେ ରହିଛି ପାନୀୟ ଜଳ ସମସ୍ୟା। ଯାହାକୁ ନେଇ ବାରମ୍ବାର ଅଭିଯୋଗ କରିଥିଲେ ସୁଦ୍ଧା କେହି ନ ଶୁଣିବାରୁ ଗ୍ରାମବାସୀ ନେଲେ ଚରମ ନିଷ୍ପତ୍ତି । ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ସମ୍ମୁଖରେ ଗରା ବାଲଟି ଧରି ଧାରଣାରେ ବସିଲେ ମହିଳା। ଉଦଳା ଠାରେ ଚାଲିଥିବା ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ସାମ୍ନାରେ ଦେଖାଯାଇଛି ଏଭଳି ଘଟଣା।

ଖବର ଅନୁସାରେ, କପ୍ତିପଦା ବ୍ଲକ ଗଡ଼ସାହି ୬ ନମ୍ବର ୱାର୍ଡରେ ବସବାସ କରୁଥିବା ୭୦ ରୁ ଅଧିକ ପରିବାର ପାଇଁ ପାନୀୟ ଜଳର କୌଣସି ସୁବିଧା ନାହିଁ । ଗ୍ରାମରେ ଥିବା ଗୋଟିଏ ନଳକୂପ ଅଳ୍ପ ପାଣି ଦେଉଥିବା ବେଳେ ସେଥିରୁ ଜିଆ ଭଳି ଅନେକ ଖରାପ ଆବର୍ଜନା ମଧ୍ୟ ବାହାରୁଛି । କେବଳ ସେତିକି ନୁହେଁ ୱାଟକୋ ତରଫରୁ ଦିଆଯାଉଥିବା ପାଣି ମଧ୍ୟ ମନ ମୁତାବକ ଭାବେ ଆସୁଛି । ଯେଉଁଥିପାଇଁ ଶୁଦ୍ଧ ପାନୀୟ ଜଳ ବୁନ୍ଦାଏ ପାଇଁ ବର୍ଷ ବର୍ଷ ଧରି ଯୁଝି ହେଉଛନ୍ତି ଗ୍ରାମବାସୀ।

ଏନେଇ ବାରମ୍ବାର ବ୍ଲକ ପ୍ରଶାସନ ଠାରୁ ଆରମ୍ଭ କରି ସମସ୍ତଙ୍କୁ ଅବଗତ କରାଇଥିଲେ ସୁଦ୍ଧା କେହି ନ ଶୁଣିବାରୁ ଶେଷରେ ଆଜି ଗ୍ରାମବାସୀମାନେ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ସମ୍ମୁଖରେ ଗରା ବାଲଟି ଧରି ଧାରଣାରେ ବସିଛନ୍ତି । ପାନୀୟ ଜଳ ସମସ୍ୟା ତୁରନ୍ତ ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି କହିଛନ୍ତି ବିକ୍ଷୋଭକାରୀ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri