‘ଲକ୍‌ଅପ୍‌’ ୱିନରଙ୍କୁ କଙ୍ଗନାଙ୍କ ଯାଦୁ କି ଝପ୍ପି

ମୁମ୍ବାଇ: ଶୋ’ ଲକ୍‌ଅପ୍ ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଥିଲା ଖୁବ୍ ଚର୍ଚ୍ଚାରେ । ପ୍ରତିଦିନ କଣ୍ଟେଷ୍ଟାଣ୍ଟଙ୍କ ସମ୍ପର୍କରେ ନୂଆ ନୂଆ କଥା ଜାଣିବାକୁ ମିଳୁଥିଲା । ଆଉ ଏହାକୁ ଶୁଣି ଦର୍ଶକେ ବେଳେ ବେଳେ ଆଶ୍ଚର୍ଯ୍ୟ ହୋଇଯାଉଥିଲେ । ଆଉ ସବୁଠାରୁ ଅଧିକ ଯାହାକୁ ଦର୍ଶକେ ଅପେକ୍ଷା ରଖିଥିଲେ ତାହା ଶନିବାର ରାତିରେ ମିଳିଯାଇଛି । ଅର୍ଥାତ୍ ‘ଲକ୍‌ଅପ୍‌’ର ବିଜେତାଙ୍କ ନାମ ଘୋଷଣା ହୋଇଯାଇଛି । ‘ଲକ୍‌ଅପ୍‌’ର ପ୍ରଥମ ସିଜନର ବିଜେତା ହୋଇଛନ୍ତି ମୁନାୱର ଫାରୁକି । ପ୍ରଥମ ଟ୍ରଫିକୁ ସେ ନିଜ ନାଁରେ କରିପାରିଛନ୍ତି । ତେବେ ବିଜେତାଙ୍କ ନାମ ଘୋଷଣା ହେବା ପରେ ଶୋ’ର ହୋଷ୍ଟ ତଥା ବଲିଉଡ ନାୟିକା କଙ୍ଗନା ରାନାୱତ ମୁନାୱରଙ୍କୁ ଆଲିଙ୍ଗନ କରିଥିଲେ । ଆଉ ମୁନାୱର ଏଥିରେ ଭାବୁକ ହୋଇ ଯାଇଥିଲେ । ଏହାର ଫଟୋ ଓ ଭିଡିଓ ଏବେ ସୋସିଆଲ ମିଡିଆରେ ଆସିବା ପରେ ମୁନାୱରଙ୍କ ପ୍ରଶଂସକଙ୍କ ମହଲରେ ଖୁସିର ଲହରି ଖେଳି ଯାଇଛି ।

ବିଜେତାଙ୍କୁ ଟ୍ରଫି ସହ ୨୦ ଲକ୍ଷ ଟଙ୍କା ଓ ଏକ କାର ମିଳିଛି । ଏହା ବ୍ୟତୀତ ଇଟାଲି ଟ୍ରିପ ବି ମିଳିଛି । ଏହି ପ୍ରତିଯୋଗୀତାରେ ଟପ ଥ୍ରୀରେ ୩ ଜଣ ଥିବା ବେଳେ ମୁନାୱର ବିଜେତା ଘୋଷିତ ହୋଇଛନ୍ତି । ୩ ଜଣଙ୍କ ମଧ୍ୟରେ ଥିଲେ ପାୟଲ ରୋହତଗି, ଅଞ୍ଜଳି ଆରୋରା ଓ ମୁନାୱାର ଫାରୁକି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri