ଲକ୍‌ଡାଉନ୍‌କୁ ଉଲ୍ଲଂଘନ ପଡ଼ିଲା ମହଙ୍ଗା: ୫୧,୮୭୮ ଅମାନିଆଙ୍କୁ ଜରିମାନା, ୫୧୭୪ଜଣଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୫।୫: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପରିସ୍ଥିତି ଏଭଳି ଉପୁଜିଛି ଯେ, କରୋନାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନରେ ଲମ୍ବାଧାଡ଼ି ଲଗାଇବାକୁ ପଡ଼ୁଛି। ଏଭଳି ସ୍ଥିତିରେ ବି ଅମାନିଆମାନେ ସଚେତନ ହେଉନାହାନ୍ତି। ଦିଲ୍ଲୀରେ ଏପ୍ରିଲ ୧୯ରୁ ଏପର୍ଯ୍ୟନ୍ତ ଲକ୍‌ଡାଉନ ଜାରି ରହିଛି। ରାଜ୍ୟରେ ଲକ୍‌ଡାଉନ୍‌ରେ ସତ୍ତ୍ୱେ କେତେକ ଆମାନିଆ ବାହାରେ ବୁଲୁଛନ୍ତି। ଏଥିସହ ଲୋକମାନେ ମାସ୍କ ପରିଧାନ ନ କରିବା ସହ ସାମାଜିକ ଦୂରତ୍ୱ ମଧ୍ୟ ରକ୍ଷା କରୁନାହାନ୍ତି। ଏମାନଙ୍କୁ ସାବାଡ଼ କରିବାକୁ ଯାଇ ଦିଲ୍ଲୀ ପୋଲିସ ଏପ୍ରିଲ ୧୯ରୁ ମେ’ ୧୩ପର୍ଯ୍ୟନ୍ତ ଲକ୍‌ଡାଉନ୍‌ରେ ୫୧୭୪ଜଣଙ୍କ ନାଁରେ ଏଫ୍‌ଆଇଆର ରୁଜୁ କରିଥିବା ବେଳେ ୪୫୩୬ଜଣଙ୍କୁ ଗିରଫ କରିଛି। ଏତଦ୍‌ ବ୍ୟତୀତ ମାସ୍କ ନ ପିନ୍ଧିବା ଯୋଗୁ ୫୧,୮୭୮ ଓ ସାମାଜିକ ଦୂରତ୍ୱ ରକ୍ଷା ନ କରିବାରୁ ୮୨୨୩ଜଣ ଅମାନିଆଙ୍କ ନାଁରେ ପୋଲିସ ଚାଲାଣ କାଟିଥିବା ଜଣାପଡ଼ିଛି। ତେବେ କୋଭିଡ ନିୟମ ପାଳନ କରୁ ନ ଥିବା ଆମାନିଆଙ୍କଠାରୁ ଏସବୁ ଚାଲାଣରେ ପୋଲିସ ୧କୋଟି ୧୪ଲକ୍ଷ ୪୮ହଜାର ୩୮୨ଟଙ୍କା ଆଦାୟ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri