ଲକ୍‌ଡାଉନ୍‌ ପ୍ରଭାବ: ୧୦ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛିି। ମେ’ ୭ରୁ ୧୬ ମଧ୍ୟରେ ଗତ ୧୦ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ କମ୍‌ ରହିଛି। ଏହି ସମୟ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୧ ହଜାର ୩୮୬ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୧୦୬ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗତ ୨୬ ଦିନ ମଧ୍ୟରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ଏପ୍ରିଲ୍‌ ୨୦ରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୪ ହଜାରରରୁ ଅଧିକ ଥିଲା। ତେବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଏବଂ କବରସ୍ତାନ ବାହାରେ ମୃତଦେହଗୁଡ଼ିକ ଧାଡ଼ିରେ ରହିଥିବାର ଦେଖିବାକୁ ମିଳୁଛି। ବର୍ତ୍ତମାନ ସୁଦ୍ଧା ୧୮ କୋଟି ୨୯ ଲକ୍ଷ ୨୬ ହଜାର ୪୬୦ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୧ କୋଟି ୬୪ ଲକ୍ଷ ୨୩ ହଜାର ୬୫୮ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri