ଲକ୍‌ଡାଉନ ଏନ୍‌ଫୋର୍ସମେଣ୍ଟ କଡାକଡ଼ି: ଆଦାୟ ହେଲାଣି ୧୮ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବଡିଭିଜନ ଅଧୀନରେ ୮ ଟି ବ୍ଲକ ଓ ୯ ଟି ସହର ରହିଛି। କୋଭିଡ ସମୟରେ ଜାରି ହୋଇଥିବା ଲକ୍‌ଡାଉନ ଗାଇଡଲାଇନ୍‌ ପାଳନ ସମ୍ପର୍କୀୟ ନିୟମିତ ଏନ୍‌ଫୋର୍ସମେଣ୍ଟ ସହ ଏହାକୁ କଡାକଡି କରାଯାଉଛି। ତହସିଲଦାର, ପୋଲିସ, ଥାନା ଅଧିକାରୀ ଗାଇଡଲାଇନ୍‌ ପାଳନ ନେଇ ମନିଟରିଂ କରିବା ସହ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରୁଛନ୍ତି, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏ ନେଇ ଛତ୍ରପୁର ସ୍ବତନ୍ତ୍ର ଏଡିଏମ୍‌ ପାରୁଲ ପଟଉଆରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୧୮ ଲକ୍ଷ ୬୧ ହଜାର ୪୦୦ ଟଙ୍କା ଜରିମାନା ଆଦାୟ ହୋଇଛି। ସେଥି ମଧ୍ୟରେ ମାସ୍କ ପାଇଁ ୯୫ ହଜାର ୫୬୦ ଟଙ୍କା, ବାଇକରେ ୨ ଜଣ ବସିଥିବା ପାଇଁ ୪ ଲକ୍ଷ ୯ ହଜାର ୧୫୦ ଟଙ୍କା, ସର୍ବସାଧାରଣରେ ଛେପ ପକାଇବା ବାବଦରେ ୩୫ ହଜାର ୧୦୦ ଟଙ୍କା, ସାମାଜିକ ଦୂରତା ନ ଥିବା ନେଇ ୪ ଲକ୍ଷ ୨୪ ହଜାର ୫୦୦ ଟଙ୍କା ଓ ନିୟମ ଉଲ୍ଲଘଂନ କରିଥିବା ଦୋକାନୀଙ୍କଠାରୁ ୩୭ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ସ୍ବତନ୍ତ୍ର ଏଡିଏମ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri