Posted inଖେଳ

ଲକ୍‌ଡାଉନରେ ଏହି ୫ ଭାରତୀୟ କ୍ରିକେଟ ଖେଳାଳି ପ୍ରଶଂସକଙ୍କୁ ଦେଇଛନ୍ତି ଖୁସି ଖବର

ମହାମାରୀ କରୋନା ଭାଇରସ ଯୋଗୁ ସାରା ଦେଶରେ ଲକଡାଉନ ଜାରି ହୋଇଥିଲା। ଏହି ସମୟରେ ଭାରତୀୟ କ୍ରିକେଟରମାନେ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଖୁସି ଖବର ଶୁଣାଇଥିଲେ। ତେବେ ଏହି ତାଲିକାରେ ଗୁରୁବାର ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ସାମିଲ ହୋଇଛନ୍ତି। ସେମାନେ କିଏ ଏବଂ କ’ଣ ଖୁସି ଖବର ଜଣାଇଛନ୍ତି ଆସନ୍ତୁ ଜାଣିବା…

ହାର୍ଦ୍ଦିକ ପାଣ୍ଡ୍ୟା
ଲକ୍‌ଡାଉନ ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନତାଶା ଷ୍ଟାନକୋଭିକଙ୍କୁ ବିବାହ କରିଥିଲେ। ଲକଡାଉନ ସମୟରେ ସେ ପିତା ହେବାକୁ ଯାଉଛନ୍ତି ବୋଲି କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ଜୁଲାଇ ୩୧ରେ ପାଣ୍ଡ୍ୟା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଯେଉଁଥିରେ ସେ ନିଜ ପୁତ୍ର ସହ ନଜର ଆସିଥିବା ଦେଖିବାକୁ ମିଳିଥିଲା।

ସୁରେଶ ରାଇନା
ନିକଟରେ କ୍ରିକେଟରୁ ଅବସର ନେଇଥିବା ସୁରେଶ ରାଇନା ମଧ୍ୟ ଲକଡାଉନରେ ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ମାର୍ଚ୍ଚ ୨୩ରେ ରାଇନା ତାଙ୍କ ସ୍ତ୍ରୀ ପ୍ରିୟଙ୍କା ଚୌଧୁରୀଙ୍କ ସହ ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ଯେଉଁଥିରେ ଉଭୟେ ତାଙ୍କ ପୁଅଙ୍କ ସହ ଏକାଠି ଦେଖାଯାଇଥିଲେ। ରାଇନା କହିଥିଲେ ପ୍ରିୟଙ୍କା ଏକ ଶିଶୁପୁତ୍ର ଜନ୍ମ ଦେଇଛନ୍ତି। ଯାହାର ନାମ ରିଓ ରଖାଯାଇଛି।

ୟୁଜବେନ୍ଦ୍ର ଚହଲ
ଭାରତୀୟ କ୍ରିକେଟ୍‌ ଟିମର ବୋଲର ୟୁଜବେନ୍ଦ୍ର ଚହଲ ନିଜ ପ୍ରଶଂସକଙ୍କୁ ମଧ୍ୟ ଖୁସି ଖବର ଶୁଣାଇଛନ୍ତି। ଚହଲ ତାଙ୍କ ପ୍ରେମିକା ଧନଶ୍ରୀ ବର୍ମାଙ୍କ ସହ ପ୍ରଥମ ଥର ପାଇଁ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଥିଲେ। ପରିବାରର ସହମତିକ୍ରମେ ଉଭୟେ ବିବାହ କରିବାକୁ ନିଷ୍ପତ୍ତି ନେଇଥିବା ଚହଲ ପ୍ରକାଶ କରିଥିଲେ।

 

ବିଜୟ ଶଙ୍କର
ଭାରତୀୟ କ୍ରିକେଟ ଟିମର ଅଲରାଉଣ୍ଡର ବିଜୟ ଶଙ୍କର ମଧ୍ୟ ଲକଡାଉନରେ ନିଜ ପ୍ରଶଂସକଙ୍କୁ ଖୁସି ଖବର ଶୁଣାଇଛନ୍ତି। ବୈଶାଲି ବିଶ୍ୱେସରାଣଙ୍କ ସହ ତାଙ୍କର ନିର୍ବନ୍ଧ ହୋଇଛି। ଏ ନେଇ ବିଜୟ ସୋସିଆଲ ମିଡିଆରେ ବୈଶାଲିଙ୍କ ସହ ଏକ ଫଟୋ ଶେୟାର କରିଥିଲେ।

ବିରାଟ କୋହଲି
ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ତାଙ୍କ ପ୍ରଶଂସକଙ୍କୁ ଖୁସି ଖବର ଶୁଣାଇଛନ୍ତି। କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଗୁରୁବାର ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଖୁବଶିଘ୍ର ସେ ପିତା ହେବାକୁ ଯାଉଥିବା କୋହଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri