Posted inଖେଳ

ଲକ୍‌ଡାଉନରେ ଏହି ୫ ଭାରତୀୟ କ୍ରିକେଟ ଖେଳାଳି ପ୍ରଶଂସକଙ୍କୁ ଦେଇଛନ୍ତି ଖୁସି ଖବର

ମହାମାରୀ କରୋନା ଭାଇରସ ଯୋଗୁ ସାରା ଦେଶରେ ଲକଡାଉନ ଜାରି ହୋଇଥିଲା। ଏହି ସମୟରେ ଭାରତୀୟ କ୍ରିକେଟରମାନେ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଖୁସି ଖବର ଶୁଣାଇଥିଲେ। ତେବେ ଏହି ତାଲିକାରେ ଗୁରୁବାର ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ସାମିଲ ହୋଇଛନ୍ତି। ସେମାନେ କିଏ ଏବଂ କ’ଣ ଖୁସି ଖବର ଜଣାଇଛନ୍ତି ଆସନ୍ତୁ ଜାଣିବା…

ହାର୍ଦ୍ଦିକ ପାଣ୍ଡ୍ୟା
ଲକ୍‌ଡାଉନ ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନତାଶା ଷ୍ଟାନକୋଭିକଙ୍କୁ ବିବାହ କରିଥିଲେ। ଲକଡାଉନ ସମୟରେ ସେ ପିତା ହେବାକୁ ଯାଉଛନ୍ତି ବୋଲି କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ଜୁଲାଇ ୩୧ରେ ପାଣ୍ଡ୍ୟା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଯେଉଁଥିରେ ସେ ନିଜ ପୁତ୍ର ସହ ନଜର ଆସିଥିବା ଦେଖିବାକୁ ମିଳିଥିଲା।

ସୁରେଶ ରାଇନା
ନିକଟରେ କ୍ରିକେଟରୁ ଅବସର ନେଇଥିବା ସୁରେଶ ରାଇନା ମଧ୍ୟ ଲକଡାଉନରେ ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ମାର୍ଚ୍ଚ ୨୩ରେ ରାଇନା ତାଙ୍କ ସ୍ତ୍ରୀ ପ୍ରିୟଙ୍କା ଚୌଧୁରୀଙ୍କ ସହ ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ଯେଉଁଥିରେ ଉଭୟେ ତାଙ୍କ ପୁଅଙ୍କ ସହ ଏକାଠି ଦେଖାଯାଇଥିଲେ। ରାଇନା କହିଥିଲେ ପ୍ରିୟଙ୍କା ଏକ ଶିଶୁପୁତ୍ର ଜନ୍ମ ଦେଇଛନ୍ତି। ଯାହାର ନାମ ରିଓ ରଖାଯାଇଛି।

ୟୁଜବେନ୍ଦ୍ର ଚହଲ
ଭାରତୀୟ କ୍ରିକେଟ୍‌ ଟିମର ବୋଲର ୟୁଜବେନ୍ଦ୍ର ଚହଲ ନିଜ ପ୍ରଶଂସକଙ୍କୁ ମଧ୍ୟ ଖୁସି ଖବର ଶୁଣାଇଛନ୍ତି। ଚହଲ ତାଙ୍କ ପ୍ରେମିକା ଧନଶ୍ରୀ ବର୍ମାଙ୍କ ସହ ପ୍ରଥମ ଥର ପାଇଁ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଥିଲେ। ପରିବାରର ସହମତିକ୍ରମେ ଉଭୟେ ବିବାହ କରିବାକୁ ନିଷ୍ପତ୍ତି ନେଇଥିବା ଚହଲ ପ୍ରକାଶ କରିଥିଲେ।

 

ବିଜୟ ଶଙ୍କର
ଭାରତୀୟ କ୍ରିକେଟ ଟିମର ଅଲରାଉଣ୍ଡର ବିଜୟ ଶଙ୍କର ମଧ୍ୟ ଲକଡାଉନରେ ନିଜ ପ୍ରଶଂସକଙ୍କୁ ଖୁସି ଖବର ଶୁଣାଇଛନ୍ତି। ବୈଶାଲି ବିଶ୍ୱେସରାଣଙ୍କ ସହ ତାଙ୍କର ନିର୍ବନ୍ଧ ହୋଇଛି। ଏ ନେଇ ବିଜୟ ସୋସିଆଲ ମିଡିଆରେ ବୈଶାଲିଙ୍କ ସହ ଏକ ଫଟୋ ଶେୟାର କରିଥିଲେ।

ବିରାଟ କୋହଲି
ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ତାଙ୍କ ପ୍ରଶଂସକଙ୍କୁ ଖୁସି ଖବର ଶୁଣାଇଛନ୍ତି। କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଗୁରୁବାର ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଖୁବଶିଘ୍ର ସେ ପିତା ହେବାକୁ ଯାଉଥିବା କୋହଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri