କିଛି ସପ୍ତାହ ଲକ୍‌ଡାଉନ୍‌ ଏବେ ଭାରତରେ ଆବଶ୍ୟକ: ଆମେରିକା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୫: ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଭୟଙ୍କର ସ୍ଥିତି ସୃଷ୍ଟି କରିଛି। ଏପରିସ୍ଥଳେ ଭାରତରେ ଲକ୍‌ଡାଉନ୍‌ ଲାଗୁ କରିବ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମୁଖ୍ୟ ମେଡ଼ିକାଲ ପରାମର୍ଶଦାତା ତଥା ମହାମାରୀ ବିଶେଜ୍ଞ ଡ. ଆନ୍ଥୋନୀ ଫାୟୁସି ଗୁରୁତ୍ୱାରୋପ କରିଛନ୍ତି। ଭାରତ ସରକାର ଗତ ୬ ମାସ ଧରି କରୋନା ସଂକ୍ରମଣ ରୋକିବା କ୍ଷେତ୍ରରେ କାମ କରୁଛନ୍ତି। ତେବେ ସାମ୍ପ୍ରତିକ ସ୍ଥିତିରେ କିଛି ସପ୍ତାହର ଲକ୍‌ଡାଉନ୍‌ ଦ୍ୱାରା ସ୍ଥିତି ନିୟନ୍ତ୍ରଣକୁ ଆସିବ ବୋଲି ସେ ସୂଚନା ଦେଇଛନ୍ତି। କରୋନା ସହିତ ଲଢ଼େଇରେ ଅକ୍ସିଜେନ୍‌, ପିପିଇ କିଟ୍‌ ଏବଂ ଔଷଧ ଅପରିହାର୍ଯ୍ୟ। ସଙ୍କଟର ମୁକାବିଲା ପାଇଁ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇ ସମସ୍ତ କାର୍ଯ୍ୟ ସମୀକ୍ଷା ସହିତ ସୁପରିଚାଳନା ଉପରେ ଗୁରୁତ୍ୱାରୋପ କରାଯିବା ଆବଶ୍ୟକ ବୋଲି ସେ କହିଛନ୍ତି। ଉଦାହରଣ ଦେଇ ସେ କହିଛନ୍ତି ଯେ, ଚାଇନା ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଲାଗୁ କରି ସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଭାରତ ପାଇଁ ମଧ୍ୟ ଏଭଳି ପଦକ୍ଷେପ ଜରୁରୀ। ଏହାଦ୍ୱାରା ଭାରତରେ ଦେଖାଦେଇଥିବା କରୋନା ମହାମାରୀ ସ୍ଥିତିରେ ସୁଧାର ଆସିପାରିବ ବୋଲି ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋକୁ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)  କାର୍ଯ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି।…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri