ଗଞ୍ଜାମରେ ଲକଡାଉନ୍‌ କଟକଣା ଉଲ୍ଲଂଘନ: ଦିନକରେ ୧ .୧୨ ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୨।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସାଙ୍ଗକୁ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଏବେ ଜିଲାରେ ବିସ୍ପୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ କଟକଣାକୁ ଜୋର୍‌ଦାର କରିଛନ୍ତି । ହେଲେ ବ୍ରହ୍ମପୁର ମହାନଗରରେ ଜାରି ହୋଇଥିବା ୪ ଦିନିଆ ଶଟ୍‌ଡାଉନ ଅବଧି ସରିବା ପରେ ସହରରେ ଘୁରିବୁଲୁଥିବା ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରୁଛି। ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ବୁଧବାର ସକାଳ ୬ରୁ ଗୁରୁବାର ସକାଳ ୬ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ସହରର ବିଭିନ୍ନ ଛକରେ ଚେକିଂ କରି ମାସ୍କ ପିନ୍ଧି ନଥିବା ୫୬୧ ଲୋକଙ୍କଠାରୁ ୧ ଲକ୍ଷ ୧୨ ହଜାର ୨ ଶହ ଟଙ୍କା ଜରିମାନା ଆଦାୟ କରିଛି। ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୭୧ ଜଣ ଅମାନିଆ ଗାଡି ଚାଳକଙ୍କୁ ୮୫ ହଜାର ୭୦୦ ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ଏହି ମହାମାରୀ ନିୟମ ଉଲ୍ଲଂଘନକରି ବେଆଇନ ଭାବେ ମଦ ବିକ୍ରି ଅଭିଯୋଗରେ ୨ଟି ମାମଲା ରୁଜୁ କରାଯାଇଛି । ୯ ଜଣ ଅଭିଯୁକ୍ତଙ୍କୁ ନୋଟିସ ଦିଆଯାଇଥିବା ବେଳେ ୨୭ ଲିଟର ମଦ ଜବତ ହୋଇଛି । ଏ ନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ୍‌ ଜରିଆରେ ଗୁରୁବାର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri