ପାକିସ୍ତାନରେ ଲକ୍‌ଡାଉନ୍‌, ସ୍ଥିତି ସାଂଘାତିକ, ୨୦୦୦ ପାର୍‌ କଲା…

ଇସଲାମବାଦ,୯।୧୧: ପାକିସ୍ତାନରେ ସ୍ଥିତି ଭୟଙ୍କର। ଏନେଇ ଶେୟବାଜ ସରକାର ନେଲେ ବଡ଼ ନିଷ୍ପତ୍ତି। ପ୍ରଦେଶରେ ଘୋଷଣା ହୋଇଛି ଲକ୍‌ଡାଉନ। କେବଳ ଭାରତ ନୁହେଁ ପଡୋଶୀ ଦେଶ ପାକିସ୍ତାନ ମଧ୍ୟ ବାୟୁ ପ୍ରଦୂଷଣ ସମସ୍ୟାର ସମ୍ମୁଖୀନ ହୋଇଛି। ଏଠାରେ ପଞ୍ଜାବ ପ୍ରଦେଶରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (ଏକ୍ୟୁଆଇ)ସ୍ତର ଶୁକ୍ରବାର ସକାଳେ ବିପଜ୍ଜନକ ସ୍ତରରେ ୨୦୦୦ରେ ପହଞ୍ଚିଛି।

ଦୂଷିତ ବାୟୁ ଯୋଗୁଁ ଲୋକମାନେ ନିଃଶ୍ୱାସ ନେବା କଷ୍ଟକର ହୋଇପଡିଛି। ଲୋକେ ଘରୁ ବାହାରକୁ ଆସିରେ ରୁନ୍ଧି ହୋଇଯାଉଛନ୍ତି। ଏହା ସହିତ ପ୍ରଦୂଷଣ ଯୋଗୁ ଲୋକଙ୍କ ଆଖି ଜଳାପୋଡା ହୋଇଥିବା ଜଣାପଡିଛି। ତା’ପରେ ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କୁ ଲକଡାଉନ ଘୋଷଣା କରିବାକୁ ପଡିଛି।

ରିପୋର୍ଟ ଅନୁଯାୟୀ, ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ପଞ୍ଜାବ ସରକାର ସାରା ରାଜ୍ୟରେ ହାଇ ଆଲର୍ଟ ଘୋଷଣା କରିଛନ୍ତି। ଏହା ବ୍ୟତୀତ ଲକଡାଉନ ସମେତ ଅନ୍ୟାନ୍ୟ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଲକଡାଉନ ସମୟରେ ଲୋକଙ୍କୁ ନଭେମ୍ବର ୧୭ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ପାର୍କ ଏବଂ ସଂଗ୍ରହାଳୟ ପରିଦର୍ଶନ କରିବାକୁ ବାରଣ କରାଯାଇଛି। ସରକାରଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ପିଏମର ସ୍ତର ୨.୫ ରହିଥିବା ଜଣାପଡିଛି। ଏଭଳି ପରିସ୍ଥିତିରେ ବାୟୁରେ ଥିବା ପ୍ରଦୂଷକ ଉପାଦାନ ଯୋଗୁ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପଡିବା ଆଶଙ୍କା ରହିଛି। ବାୟୁରେ ପ୍ରଦୂଷକ ସ୍ତର କ୍ୟୁବିକ ମିଟର ପ୍ରତି ୯୪୭ ମାଇକ୍ରୋଗ୍ରାମରେ ପହଞ୍ଚିଛି। ଯାହାକି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଆଇକ୍ୟୁ ଏୟାର ଗାଇଡଲାଇନଠାରୁ ୧୮୯.୪ ଗୁଣା ଅଧିକ।

ଗ୍ଲୋବାଲ ହେଲଥ ଅନୁଯାୟୀ, କ୍ୟୁବିକ ମିଟର ପ୍ରତି ୫ ମାଇକ୍ରୋଗ୍ରାମରୁ ଅଧିକ ସ୍ତର ଲୋକଙ୍କ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ବିପଜ୍ଜନକ ଅଟେ। କିନ୍ତୁ ମୁଲତାନରେ ଏକ୍ୟୁଆଥ ରାତି ୧୦ଟା ସୁଦ୍ଧା ୯୮୦ ସ୍ତର ଅତିକ୍ରମ କରିଥିଲା । ଯାହା ୩୦୦ ଏକ୍ୟୁଆଇର ବିପଜ୍ଜନକ ମାନକଠାରୁ ୩ ଗୁଣା ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?