ଏହି ରାଜ୍ୟରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌…

ଜୟପୁର,୧୯।୪: କରୋନା ସଂକ୍ରମଣ ନେଇ ରାଜସ୍ଥାନରେ ସ୍ଥିତ ବେକାବୁ ହେବାରେ ଲାଗିଛି। ଏପରି ସ୍ଥଳେ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସରକାର ପକ୍ଷରୁ ରାଜ୍ୟରେ ୧୫ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପ୍ରିଲ୍‌ ୧୯ଠାରୁ ମେ’ ୩ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିବ। ଏହାପରେ ସ୍ଥିତି ସମୀକ୍ଷା ପରେ ପରବର୍ତ୍ତୀ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସରକାରଙ୍କପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସରକାରଙ୍କ ପକ୍ଷରୁ ଏହାକୁ ‘ ଜନ ଅନୁଶାସନ ପଖଓ୍ବାଡ଼ା’ ଭାବେ ନାମିତ କରିଛନ୍ତି। ଏଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ସେବା ଜାରି ରହିବ। ରାଜ୍ୟରୁ ପ୍ରବାସୀ ଶ୍ରମିକ ଯେଭଳି ପଳାୟନ ନ କରିବେ ସେଥିପାଇଁ ନିର୍ମାଣ କାର୍ଯ୍ୟ ଚାଲୁ ରହିବ ବୋଲି ସରକାର କହିଛନ୍ତି। ତେଜରାତି ଦୋକାନ ସହିତ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରହିବ। ପନିପରିବା ଦୋକାନରେ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ବିକ୍ରି ହୋଇ ପାରିବ ବୋଲି କୁହାଯାଇଛି। ରାଜ୍ୟକୁ ବାହାରୁ ଆସୁଥିବା ଯାତ୍ରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇ ୭୨ ଘଣ୍ଟା ମଧ୍ୟରେ ସେମାନଙ୍କର ଆର୍‌ଟି-ପିସିଆର୍‌ ପରୀକ୍ଷା କରାଯିବା ନେଇ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri