୨୦୨୨ ଜାନୁୟାରୀ ୧୯ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌…

ଟୁନିସ୍‌,୨୪।୭: ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଟୁନିସିଆରେ ଜରୁରିକାଳୀନ ପରିସ୍ଥିତି(ଷ୍ଟେଟ୍‌ ଅଫ୍‌ ଏମ୍ରଜେନ୍ସି) ଘୋଷଣା କରାଯିବା ସହିତ ୨୦୨୨ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ୨୦୨୧ ଜୁଲାଇ ୨୪ରୁ ୨୦୨୨ ଜାନୁୟାରୀ ୧୯ ପର୍ଯ୍ୟନ୍ତ ଦେଶରେ ଲକ୍‌ଡାଉନ୍‌ ଜାରି ରହିବ ବୋଲି ରାଷ୍ଟ୍ରପତି କୈସ୍‌ ସଇଦ୍‌ ଘୋଷଣା କରିଛନ୍ତି। ୨୦୧୫ ନଭେମ୍ବର ୨୪ରେ ଦେଶରେ ପ୍ରଥମ ଥର ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା କରାଯାଇଥିଲା। ରାଷ୍ଟ୍ରପତିଙ୍କ ସୁରକ୍ଷାକର୍ମୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଉପରେ ଟୁନିସ୍‌ ଏବଂ ସୌସେସ୍‌ଠାରେ ଆତଙ୍କବାଦୀ ଆକ୍ରମଣ କରାଯାଇଥିଲା। ଏଥିରେ ୧୨ ଏଜେଣ୍ଟ୍‌ଙ୍କର ମୃତ୍ୟୁ ଘଟିଥିଲା। ସେବେଠାରୁ ଦେଶରେ ବିଭିନ୍ନ ସମୟରେ ଜରୁରିକାଳୀନ ପରିସ୍ଥିତି ସମୟ ସୀମା ବଢ଼ାଯାଉଛି। ଏହା ଜରୁରିକାଳୀନ ପରିସ୍ଥିତି ଅନ୍ତର୍ଗତ ଜାରି ହୋଇଥିବା ୬ ମାସିଆ ଲକ୍‌ଡାଉନ୍‌ରେ ଲୋକଙ୍କ ଭିଡ଼ ଉପରେ ପ୍ରତିବନ୍ଧକ, ମିଡ଼ିଆ ଉପରେ ନିୟନ୍ତ୍ରଣ, କର୍ଫ୍ୟୁ ଜାରି ଆଦି କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଦେଶରେ ଆତଙ୍କବାଦୀ ବିରୋଧରେ ଲଢ଼େଇ ଜାରି ରହିଛି। ଏହା ସହିତ ଦେଶରେ ଅଶାନ୍ତି ସୃଷ୍ଟିକାରୀ ତତ୍ତ୍ୱଙ୍କ ଉପରେ ରୋକ ଲାଗଯିବା ଲଗି ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଯେକୌଣସି ସମୟରେ ସୁରକ୍ଷାକର୍ମୀ ସାଧାରଣ ଜନତାଙ୍କର ଆବଶ୍ୟକ ପ୍ରମାଣ ପତ୍ର ଯାଞ୍ଚ୍‌ କରିପାରିବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଜାତୀୟ ସୁରକ୍ଷା ଦୃଷ୍ଟିରୁ ଏଭଳି କରାଯାଉଥିବା ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri