ଜୁନ୍‌ ୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌ …

ମୁମ୍ବାଇ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ଜୁନ୍‌ ୧ ସକାଳ ୭ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏସମ୍ପର୍କରେ ରାଜ୍ୟର ମୁଖ୍ୟ ଶାସନ ସଚିବ ସୀତାରାମ କୁଣ୍ଟେ ନିର୍ଦ୍ଦେଶ ଜାରି କରିଛନ୍ତି। ସ୍ଥିତିର ସମୀକ୍ଷା କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ତେବେ ଏହି ସମୟରେ ଜରୁରୀକାଳୀନ ସେବା ଗୁଡ଼ିକ ପୂର୍ବପରି ଜାରି ରହିଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨.୫୧ ପ୍ରତିଶତ ରହିଛି।

Share