Posted inଜାତୀୟ

ଲକ୍‌ଡାଉନ ସମାଧାନ ନୁହେଁ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୧।୪: ଦେଶରେ କରୋନା ମାମଲା ବଢିବାରେ ଲାଗିଛି। ଆଜି ୧ ଲକ୍ଷ ୫୨,୦୦୦ ରୁ ଅଧିକ ନୂଆ ସଂକ୍ରମଣ ସାମ୍ନାକୁ ଆସିଛି। ଏପର୍ଯ୍ୟନ୍ତ ଗୋଟିଏ ଦିନରେ ଏହା ସବୁଠାରୁ ବଡ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୮୩୯ଜଣଙ୍କର ମୃତ୍ୟୁ ହୋଇଛି। ଏହି କାରଣରୁ, ଅନେକ ରାଜ୍ୟରେ କଟକଣା ଲାଗିଛି। ଦିଲ୍ଲୀରେ ବିବାହ ଠାରୁ ମେଟ୍ରୋ ବସ ପର୍ଯ୍ୟନ୍ତ ଯାତ୍ରା ଉପରେ ଅନେକ ପ୍ରତିବନ୍ଧକ ଲଗାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ଖବରଦାତା ସମ୍ମିଳନୀ କରି ପ୍ରତିବନ୍ଧକ ସମ୍ପର୍କରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ. ଦିଲ୍ଲୀରେ କରୋନା ବହୁତ ଦ୍ରୁତ ଗତିରେ ବଢୁଛି ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୩୨ ମାମଲା ରୁଜୁ ହୋଇଛି, ଯାହା ଏପର୍ଯ୍ୟନ୍ତ ସର୍ବାଧିକ। ଦିଲ୍ଲୀର କରୋନାର ଚତୁର୍ଥ ଲହର ଅତ୍ୟନ୍ତ ବିପଜ୍ଜନକ। ଏହାର ମୁକାବିଲା ପାଇଁ ଆମେ ସମସ୍ତଙ୍କ ସହଯୋଗ ନେଉଛୁ। ଏହାକୁ ଦୂର କରିବା ପାଇଁ ଦିଲ୍ଲୀ ସରକାର ତିନୋଟି ସ୍ତରରେ କାର୍ଯ୍ୟ କରୁଛନ୍ତି। ଦିଲ୍ଲୀର ଅବସ୍ଥା ଚିନ୍ତାଜନକ କିନ୍ତୁ ଲକଡାଉନର ଆବଶ୍ୟକତା ନାହିଁ। ଲକ୍‌ଡାଉନ ସମାଧାନର ବାଟ ନୁହେଁ, ଏହାପୂର୍ବରୁ ଆମକୁ ସତର୍କ ରହିବାକୁ ପଡିବ ବୋଲି କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri