ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍‌ଡାଉନ

ବୋଲଗଡ଼/ନିରାକାରପୁର/ବାଣପୁର,୯ା୬(ଡି.ଏନ୍‌.ଏ.):କରୋନା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବୋଲଗଡ଼ ଅଞ୍ଚଳରେ ଚୋରା ମଦ ବେପାରୀମାନେ ସକ୍ରିୟ ହୋଇ ଉଠିଛନ୍ତି। ବୋଲଗଡ଼ ପୋଲିସ ମଙ୍ଗଳବାର ବୋଲଗଡ଼ ଗ୍ରାମ ତୃତୀୟାପଡା ସାହିରେ ଚଢ଼ାଉ କରି ୨୨ ପେଟି ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ତୃତୀୟାପଡାର ସନ୍ତୋଷ ଜେନା(୪୦)। ବିଭିନ୍ନ କମ୍ପାନୀର ୧୩୯.୫ ଲିଟର ବିଦେଶୀ ମଦ ଜବତ କରାଯାଇଥିବା ତଦନ୍ତ ଅଧିକାରୀ ଏସ୍‌ଆଇ ଚନ୍ଦନ ସାହୁ କହିଛନ୍ତି। ଏନେଇ ଥାନାରେ ମାମଲା (ନଂ.୮୮/୨୧) ରୁଜୁ ହୋଇଛି। ସୂଚନା ମୁତାବକ, ତୃତୀୟାପଡ଼ା ଅଞ୍ଚଳରେ ଚୋରା ମଦ ବ୍ୟବସାୟ ହେଉଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏସ୍‌ଆଇ ସାହୁ ସାଦା ପୋଷାକରେ ତୃତୀୟାପଡାରେ ପହଞ୍ଚତ୍ ଏକ ଦୋକାନୀଙ୍କୁ ମଦ ଦେବାକୁ କହିଥିଲେ। ଦୋକାନୀ ମଦ ଦେବା ପରେ ଏସ୍‌ଆଇ ସାହୁ ଓ ତାଙ୍କ ସହ ଯାଇଥିବା ପୋଲିସ କର୍ମଚାରୀମାନେ ଜେନାଙ୍କୁ କାବୁ କରିନେଇଥିଲେ। ଦୋକାନରେ ଅଳ୍ପ ମଦ ବୋତଲ ଜବତ କରିବା ପରେ ନିକଟସ୍ଥ ଏକ ଘରୁ ବିପୁଳ ମଦ ଜବତ କରିଥିଲେ।
ଜଙ୍କିଆ ଥାନା ଓ ସିକୋ ଫାଣ୍ଡି ପୋଲିସ ଏକଡାଳିଆ ଜଙ୍ଗଲରେ ଚଢ଼ାଉ କରି ୩ହଜାର ଲିଟର ପୋଚ, ୧୬୦ଲିଟର ରନ୍ଧାମଦ ସମେତ ଗୋଟିଏ ଜେନେରେଟର, ୩ ଗ୍ୟାସ୍‌ ଟାଙ୍କି, ପାଣି ମୋଟର ପମ୍ପ,୧୮ ଡ୍ରମ, ୩ ବଡହଣ୍ଡା ଜବତ କରିଛି। ଚଢ଼ାଉ ପୂର୍ବରୁ ସେଠାରୁ ଅଭିଯୁକ୍ତମାନେ ଖସିଯାଇଥିଲେ। ଏନେଇ ପୋଲିସ ଏକ ମାମଲା (ନଂ.୧୧୭/୨୧) ରୁଜୁ କରି ତଦନ୍ତ ଚଳାଇଛି। ସେହିପରି ବାଣପୁର ବ୍ଲକ ଦାମିଆ ବରବରା ପଞ୍ଚାୟତର ଦୁଇଟି ସ୍ଥାନରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ୬୧୭୫ ଲିଟର ଦେଶୀ ମଦ ଜବତ କରିଛି। ତେବେ ମଦ ବେପାରୀମାନେ ଖସି ପଳାଇଥିଲେ। ଜିଲା ଅବକାରୀ ଉପଅଧୀକ୍ଷିକା ସୁମିତ୍ରା ଓରାମଙ୍କ ନେତୃତ୍ୱରେ ବାଲୁଗଁା ଓ ଟାଙ୍ଗୀ ଅବକାରୀ ବିଭାଗ କର୍ମଚାରୀଙ୍କ ସମେତ ବାଣପୁର ପୋଲିସର ଏକ ଟିମ୍‌ ପଞ୍ଚାୟତର କୋଷରଡା ଏବଂ ପ୍ରଧାନ ସାହିରେ ଚଢ଼ାଉ କରିଥିଲେ। ଦୁଇଟି ସ୍ଥାନରୁ ୬ହଜାର ଲିଟର ଓ ୧୭୫ଲିଟର ରନ୍ଧାମଦ ଜବତ କରାଯାଇଥିଲା। ବାଣପୁର ଅତିରିକ୍ତ ତହସିଲଦାର ପ୍ରମୋଦ ପାଢୀ ଏହି ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri