ବ୍ରିଟେନରେ ବଢୁଛି କରୋନା ସଂକ୍ରମଣ ସଂଖ୍ୟା: ଜରୁରୀ ବୈଠକ ପରେ ସମ୍ପୂର୍ଣ୍ଣ ଦେଶ ଲକ୍‌ଡାଉନ

ଲଣ୍ଡନ,୫ ।୧: ବ୍ରିଟେନରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖି ପ୍ରଧାନମନ୍ତ୍ରୀ ବୋରିସ ଜନସନ ସମ୍ପୂର୍ଣ୍ଣ ଦେଶକୁ ଲକ୍‌ଡାଉନ ଘୋଷଣା କରିଛନ୍ତି । କାରଣ ଏବେ ଦେଶ ଭାଇରସର ନୂଆ ଷ୍ଟ୍ରେନ୍ ସହ ଲଢୁଥିବାରୁ ପ୍ରଧାନମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି । କରୋନାର ନୂଆ ଷ୍ଟ୍ରେନ୍ ଦ୍ରୁତ ଗତିରେ ବ୍ୟାପୁଥବାରୁ ଏହାକୁ ରୋକିବା ଲାଗି ଲକ୍‌ଡାଉନ ଜରୁରୀ ହୋଇପଡିଛି । ଏଠାରେ ସମସ୍ତ ସ୍କୁଲକୁ ବନ୍ଦ କରି ଦିଆଯାଇଛି । ତେବେ ସ୍କଟଲାଣ୍ଡରେ କରୋନାର ନୂଆ ଷ୍ଟ୍ରେନକୁ ଦେଖି ସେଠାରେ ଲକ୍‌ଡାଉନ ହେବା ପରେ ବ୍ରିଟେନରେ ଲକ୍‌ଡାଉନ ଘୋଷଣା କରାଯାଇଛି । ମଙ୍ଗଳବାର ରାତିରୁ ଏହା ଲାଗୁ କରାଯିବ । ସୂଚନାଯୋଗ୍ୟ, ଲଣ୍ଡନ ଜନସଂଖ୍ୟାର ୩ ଚତୁର୍ଥାଂଶ ପୂର୍ବରୁ କଡା କଟକଣା ମଧ୍ୟରେ ରହିଛନ୍ତି । ପ୍ରଧାନମନ୍ତ୍ରୀ ଜନସନ କହିଛନ୍ତି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ଫଳରେ ହସ୍ପିଟାଲରେ ସ୍ଥାନାଭାବ ଦେଖାଦେବା ପୂର୍ବରୁ ଏଭଳି ନିଷ୍ପତ୍ତି ଜରୁରୀ ଥିଲା । କାରଣ ଏବେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୨୭ହଜାରରେ ପହଞ୍ଚିଥିବା ବେଳେ ଗତ ଏପ୍ରିଲ ମାସ ତୁଳନାରେ ଏହା ୪୦ ପ୍ରତିଶତ ଅଧିକ । ସେହିପରି ଗତ ଏକ ସପ୍ତାହ ମଧ୍ୟରେ ଦେଶରେ ମୃତକଙ୍କ ସଂଖ୍ୟା ମଧ୍ୟ ୨୦ ପ୍ରତିଶତ ବୃଦ୍ଧି ହୋଇଛି । ତେଣୁ କରୋନାର ନୂଆ ରୂପ ସହ ଲଢିବାକୁ ହେଲେ ଆମକୁ ପ୍ରାଥମିକ ଭାବେ ପ୍ରୟାସ କରିବା ଜରୁରୀ ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri