ଜୁଲାଇ ୧୬ ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌, ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ ହ୍ରାସ ପାଉଥିବାରୁ ଅନଲକ୍‌ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ରଣନୀତି ଆପଣାଇଥିଲେ। ରାଜ୍ୟର ସମସ୍ତ ଜିଲାକୁ ୨ ଭାଗରେ ବିଭକ୍ତ କରାଯାଇଥିଲା। ପୂର୍ବପରି ଚଳିତଥର ମଧ୍ୟ ସମସ୍ତ ଜିଲାକୁ କାଟାଗୋରୀ‘ଏ’ ଓ କାଟାଗୋରୀ ‘ବି’ରେ ବିଭକ୍ତ କରାଯାଇଛି। କୋଟାଗୋରୀ ‘ଏ’ରେ ୨୦ଟି ଜିଲା ରହିଥିବା ବେଳେ କୋଟାଗୋରୀ ‘ବି’ରେ ୧୦ଟି ଜିଲା ରହିଛି ବୋଲି ପ୍ରେସ୍‌ମିଟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି। କୋଟାଗୋରୀ ‘ଏ’-ରେ ୨୦ଟି ଜିଲାରେ ସପ୍ତାହାନ୍ତ ଶଟ୍‌ଡାଉନ ରହିବ ନାହିଁ। ୧୬ ଜୁଲାଇ ଯାଏ ଆଶିଂକ ଲକ୍‌ଡାଉନ ରହିବ । ମଲ, ସ୍ପା ଓ ପାର୍ଲର ଛାଡ଼ିଦେଲେ ଆଉ ସମସ୍ତ ଦୋକାନ ଖୋଲିବ। ବାହାଘର, ବ୍ରତଘର ଓ ଅନ୍ତିମ ସଂସ୍କାରରେ ପାଇଁ ପୁରୁଣା ନିୟମ ଜାରି ରହିବ।

କାଟାଗୋରୀ-‘ଏ’ରେ ଥିବା ଜିଲାଗୁଡ଼ିକ ହେଲା ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡ଼ା।

କାଟାଗୋରୀ ‘ଏ’:

ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଦୋକାନ ବଜାର ଖୋଲା ରହିବ।

-ବସ୍‌ ଚଳାଚଳକୁ ଅନୁମତି।

-ସେଲୁନ୍‌ ଖୋଲିବ।

ତେବେ କାଟାଗୋରୀ ‘ବି’ରେ ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କଟକ ଆଦି ଜିଲା ରହିଛି।

କାଟାଗୋରୀ ‘ବି’

– ସକାଳ ୬ରୁ ଅପରାହ୍ନ ୨ଟା ଯାଏ ଦୋକାନ ବଜାର ଖୋଲା ରହିବ।

-ବସ୍‌ ଚଳାଚଳକୁ ଅନୁମତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?