ଲକ୍‌ଡାଉନ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ୧ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର, ୧୮।୭: ଗଞ୍ଜାମ ଜିଲାରେ କରୋନା ପଜିଟିଭ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ କଟକଣାକୁ ଜୋରଦାର କରିଛନ୍ତି । ହେଲେ ଜିଲାରେ ଜାରି ହୋଇଥିବା ଏହି କଟକଣା ସମୟରେ ଅଯଥାରେ ବାହାରେ ବୁଲୁଥିବା ଅମାନିଆଙ୍କୁ ବ୍ରହ୍ମପୁର ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କ ଠାରୁ ଜରିମାନା ଆଦାୟ କରିଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏଭଳି କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ବୁଲୁଛନ୍ତି। ଫଳରେ ପୋଲିସ ବାଧ୍ୟ ହୋଇ ସେମାନଙ୍କ ଠାରୁ ଜରିମାନା ଆଦାୟ କରୁଛି । ଶୁକ୍ରବାର ସକାଳ ୬ ଟାରୁ ଶନିବାର ସକାଳ ୬ଟା ସୁଦ୍ଧା ପୋଲିସ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଚେକିଂ କରାଯାଇ ମାସ୍କ ପିନ୍ଧି ନଥିବା ୫୦୦ ଜଣଙ୍କ ଠାରୁ ୧ଲକ୍ଷ ଟଙ୍କା ଜରିମାନା ଆଦାୟ କରିଛି । ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୩୧ ଜଣ ଅମାନିଆ ଗାଡି ଚାଳକଙ୍କୁ ୬୫ ହଜାର ୪୦୦ ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ଏହି ମହାମାରୀ ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ପୋଲିସ ଜଣେ ଲୋକଙ୍କୁ ଗିରଫ କରିଛି । କରୋନା ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ପାଳନ ପାଇଁ ନିର୍ଦ୍ଦେଶ ରହିଥିବା ବେଳେ ତାହା ଉଲ୍ଲଂଘନ କରିଥିବା ଜଣେ ବ୍ୟବସାୟୀଙ୍କ ଠାରୁ ୧ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ଏ ନେଇବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ୍‌ ଜରିଆରେ ଶନିବାର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?