ଲକ୍‌ଡାଉନ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ୧ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର, ୧୮।୭: ଗଞ୍ଜାମ ଜିଲାରେ କରୋନା ପଜିଟିଭ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ କଟକଣାକୁ ଜୋରଦାର କରିଛନ୍ତି । ହେଲେ ଜିଲାରେ ଜାରି ହୋଇଥିବା ଏହି କଟକଣା ସମୟରେ ଅଯଥାରେ ବାହାରେ ବୁଲୁଥିବା ଅମାନିଆଙ୍କୁ ବ୍ରହ୍ମପୁର ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କ ଠାରୁ ଜରିମାନା ଆଦାୟ କରିଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏଭଳି କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ବୁଲୁଛନ୍ତି। ଫଳରେ ପୋଲିସ ବାଧ୍ୟ ହୋଇ ସେମାନଙ୍କ ଠାରୁ ଜରିମାନା ଆଦାୟ କରୁଛି । ଶୁକ୍ରବାର ସକାଳ ୬ ଟାରୁ ଶନିବାର ସକାଳ ୬ଟା ସୁଦ୍ଧା ପୋଲିସ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଚେକିଂ କରାଯାଇ ମାସ୍କ ପିନ୍ଧି ନଥିବା ୫୦୦ ଜଣଙ୍କ ଠାରୁ ୧ଲକ୍ଷ ଟଙ୍କା ଜରିମାନା ଆଦାୟ କରିଛି । ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୩୧ ଜଣ ଅମାନିଆ ଗାଡି ଚାଳକଙ୍କୁ ୬୫ ହଜାର ୪୦୦ ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ଏହି ମହାମାରୀ ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ପୋଲିସ ଜଣେ ଲୋକଙ୍କୁ ଗିରଫ କରିଛି । କରୋନା ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ପାଳନ ପାଇଁ ନିର୍ଦ୍ଦେଶ ରହିଥିବା ବେଳେ ତାହା ଉଲ୍ଲଂଘନ କରିଥିବା ଜଣେ ବ୍ୟବସାୟୀଙ୍କ ଠାରୁ ୧ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ଏ ନେଇବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ୍‌ ଜରିଆରେ ଶନିବାର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri