ଲକ୍‌ଡାଉନ୍‌ ଉଦ୍ଦେଶ୍ୟ ହୋଇନି ସଫଳ: ପ୍ରତିଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେତେକ ସଂସ୍ଥା ଭାରତରେ କରୋନା ମହାମାରୀ ବର୍ତ୍ତମାନ ସୁଦ୍ଧା ଶୀର୍ଷରେ ପହଞ୍ଚି ନ ଥିବା ସତର୍କ ସୂଚନା ଜାରି କରିଛନ୍ତି। ଏପରିସ୍ଥଳେ ଲକ୍‌ଡାଉନ୍‌ର ଉଦ୍ଦେଶ୍ୟ ସଫଳ ହୋଇ ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ପ୍ରତି ଅନ୍‌ଲକ୍‌ ପର୍ଯ୍ୟାୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ହାରରେ ବଢ଼ିଥିବା ଜେଏନ୍‌ୟୁର ସେଣ୍ଟର ଅଫ୍‌୍‌ ସୋସିଆଲ୍‌ ମେଡ଼ସିନ୍‌ ଆଣ୍ଡ କମ୍ୟୁନିଟି ହେଲଥ୍‌ର ଅଧ୍ୟକ୍ଷା ସଂଘମିତ୍ରା ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ଲକ୍‌ଡାଉନ୍‌ ଅସଫଳ ରହିଥିବା ସେ ମତପୋଷଣ କରିଛନ୍ତି। ପ୍ରଥମେ ହଟସ୍ପଟ୍‌ରେ କଡ଼ା କଟକଣା ଜାରି କରାଯାଇଥିଲେ ଏହାର ସୁଫଳ ମିଳିପାରିଥାନ୍ତା ବୋଲି ସେ କହିଛନ୍ତି। ସଂକ୍ରମଣ ବଢୁଥିବାବେଳେ ଦେଶର ଆର୍ଥିକ କ୍ଷେତ୍ରରେ ସୁଧାର ଆଣିବା ପାଇଁ ଅନ୍‌ଲକ୍‌ ବ୍ୟତିତ କୌଣସି ବିକଳ୍ପ ମଧ୍ୟ ନ ଥିଲା। ଲକ୍‌ଡାଉନ୍‌ ଏବଂ ଅନ୍‌ଲକ୍‌ ଧୀରେଧୀରେ କରାଯିବାର ଆବଶ୍ୟକତା ଥିଲା ବୋଲି ପବ୍ଲିକ୍‌ ହେଲଥ୍‌ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆର ଡାକ୍ତର ଗିରିଧର ଆର୍‌. ବାବୁ ପ୍ରକାଶ କରିଛନ୍ତି। ଭାରତରେ ଆମେରିକା ଏବଂ ବ୍ରାଜିଲ୍‌ ତୁଳନାରେ କମ ମୃତ୍ୟୁ ଘଟିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri