ଲକଡାଉନ୍‌: ଓ୍ବାର୍କ ଫ୍ରମ୍‌ ହୋମ କରିବେ ସରକାରୀ କର୍ମଚାରୀ

ଭୁବନେଶ୍ୱର,୧୭ା୭(ବ୍ୟୁରୋ)-କରୋନା ମହାମାରୀ ସଂକ୍ରମଣ ବଢୁଥିବାରୁ ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତି ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହି ସବୁ ଜିଲାରେ ସରକାରୀ କର୍ମଚାରୀମାନେ ଘରେ ରହି କାମ କରିବେ( ଓ୍ବାର୍କ ଫ୍ରମ୍‌ ହୋମ୍‌)। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କୌଣସି କର୍ମଚାରୀ ଲକ୍‌ଡାଉନ ସମୟରେ ମୁଖ୍ୟାଳୟ (ହେଡ୍‌କ୍ୱାର୍ଟର୍ସ) ଛାଡି ବାହାରକୁ ଯାଇ ପାରିବେ ନାହିଁ। ଜରୁରୀ କାର୍ଯ୍ୟ ପାଇଁ ଆବଶ୍ୟକ ହେଲେ ସେହି କର୍ମଚାରୀଙ୍କୁ ବିଭାଗୀୟ ଅଧିକାରୀମାନେ ବ୍ୟକ୍ତିଗତ ଭାବେ ଅଫିସକୁ ଡାକି ପାରିବେ। ଏଥିସହିତ କର୍ମଚାରୀମାନେ ଏହି ଦୁଇସପ୍ତାହ ସବୁ ସମୟରେ ଟେଲିଫୋନରେ ଉପଲବ୍ଧ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। କୌଣସି ପ୍ରକାର ବ୍ୟକ୍ତିଗତ ଉପସ୍ଥାନ ବୈଠକକୁ ବାରଣ କରାଯାଇଛି। ଏହି ସମୟରେ ଭର୍ଚୁଆଲ ବୈଠକ କରାଯାଇ ପାରିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ପ୍ରଶାସନିକ ବିଭାଗଗୁଡ଼ିକ ଅଧସ୍ତନ କାର୍ଯ୍ୟାଳୟଗୁଡ଼ିକୁ ନିଜର ଆବଶ୍ୟକତା ଅନୁଯାୟୀ ପରିଚାଳନା କରିପାରିବେ। ଏହି ନିର୍ଦ୍ଦେଶନାମାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଲକ୍‌ଡାଉନ ସମୟରେ ବିଭାଗଗୁଡ଼ିକ ଓ୍ବାର୍କ ଫ୍ରମ୍‌ ହୋମ୍‌ ପ୍ରୋଟୋକଲ୍‌ ଅନୁସରଣ କରିବାକୁ କୁହାଯାଇଛି। ସେମାନଙ୍କର କର୍ମଚାରୀମାନେ ଭିପିଏନ୍‌(ଭର୍ଚୁଆଲ ପ୍ରାଇଭେଟ୍‌ ନେଟ୍‌ଓ୍ବର୍କ) ବ୍ୟବହାର କରି ସମସ୍ତ ସରକାରୀ କାର୍ଯ୍ୟ ଓସ୍‌ଓ୍ବାସ ଜରିଆରେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମସ୍ତ କର୍ମଚାରୀ କାର୍ଯ୍ୟାଳୟକୁ ଆସିବେ। ଏହି ଲକ୍‌ଡାଉନ ସମୟରେ ଜିଲା କାର୍ଯ୍ୟାଳୟ, ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟାଳୟ, ମହାନଗର ନିଗମ କାର୍ଯ୍ୟାଳୟ, ପୋଲିସ, ଅଗ୍ନିଶମ, ମେଡିକାଲ ଏବଂ ଅତ୍ୟାବଶ୍ୟକ ସେବା ଯୋଗାଉଥିବା କାର୍ଯ୍ୟାଳୟ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?