ପାଇକ ସଂଗ୍ରହାଳୟରେ ପୁଣି ତାଲା

ଖୋର୍ଦ୍ଧା,୩୦ା୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପାଇକ ବୀରଙ୍କ ବୀରତ୍ୱ କାହାଣୀ ଏବଂ ସ୍ମୃତିକୁ ସାଉଁଟିବା ସକାଶେ ରାଜ୍ୟ ସରକାର ଖୋର୍ଦ୍ଧାରେ ଏକ ପାଇକ ସଂଗ୍ରହାଳୟ ନିର୍ମାଣ କରିଥିଲେ। ଲକ୍ଷ୍ୟ ଥିଲା ବିଟ୍ରିଶ ସହିତ ଲଢ଼େଇ କରି ବଳିଦାନ ଦେଇଥିବା ପାଇକଙ୍କ ବୀରତ୍ୱର ଗାଥା, ସେମାନେ ବ୍ୟବହାର କରୁଥିବା ଅସ୍ତ୍ରଶସ୍ତ୍ର, ଖଣ୍ଡା, ବର୍ଚ୍ଛା, ଢାଲ, ପାଇକ ବୀରଙ୍କ ତୈଳଚତ୍ର, ପ୍ରାଚନୀ କୀର୍ତ୍ତିରାଜି ଆଦି ଏହି ସଂଗ୍ରହାଳୟରେ ସ୍ଥାନ ପାଇବ। ଆଗାମୀ ପିଢ଼ିଙ୍କୁ ପାଇକ ବୀରଙ୍କ ବୀରତ୍ୱ ସମ୍ପର୍କରେ ଅବଗତ କରାଇବା ତଥା ଏହି ଜାତିର ଗୌରବକୁ ସମାଜରେ ପ୍ରତିଷ୍ଠିତ କରାଇବା ଏହି ସଂଗ୍ରହାଳୟର ମୁଖ୍ୟ ଉଦ୍ଦେଶ୍ୟ ରହିଥିଲା। ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲା ସଂସ୍କୃତି ଭବନ ପରିସରରେ ଶହୀଦ ସ୍ତମ୍ଭ ଉଦ୍‌ଘାଟନ କରିଥିଲେ। ଏଥିସହିତ ସେଠାରେ ପାଇକ ସଂଗ୍ରହାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ୨୫ଲକ୍ଷ ବ୍ୟୟ ଅଟକଳରେ ଏହି କୋଠା ନିର୍ମାଣ କରାଯାଇଥିଲା। ତେବେ କୌଣସି କାରଣରୁ ଏହି କୋଠା ଉଦ୍‌ଘାଟନ ହୋଇପାରି ନ ଥିଲା। ସେବେଠାରୁ ଏହି କୋଠା ବିପର୍ଯ୍ୟସ୍ତ ହୋଇ ପଡ଼ିରହିଛି। ପରବର୍ତ୍ତୀ ସମୟରେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଛାତ, କାନ୍ଥ ଫାଟି ଆଁ କରିବା ସହ ଲୁହାର ଫାଟକରେ କଳଙ୍କି ଲାଗିଯାଇଥିଲା। ଏପରିକି କୋଠା ପରିସର ସାପଙ୍କ ବାସସ୍ଥାନ ପାଲଟିଥିବା ବେଳେ ୨୦୧୯ ‘ଫନୀ’ ବାତ୍ୟାରେ ଏହି କୋଠା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଗତବର୍ଷ ଖୋର୍ଦ୍ଧା ବ୍ଲକ ପ୍ରଶାସନ ପକ୍ଷରୁ କୋଠାର ପୁନରୁଦ୍ଧାର କରାଯାଇ ରଙ୍ଗ ଦିଆଯାଇଛି। ତେବେ ଯେଉଁ ଉଦ୍ଦେଶ୍ୟରେ ଏହି କୋଠା ନିର୍ମାଣ କରାଯାଇଥିଲା, ତାହା ଏବେ ବି ଆଶା ଆକାଂକ୍ଷାରେ ରହିଯାଇଛି। ୨୦୨୨ ଜୁନରେ ଖୋର୍ଦ୍ଧା ବ୍ଲକ ପକ୍ଷରୁ ଏହାର ପୁନରୁଦ୍ଧାର କାର୍ଯ୍ୟ କରାଯାଇଥିଲା। ନିର୍ମାଣ ହେବା ପରଠାରୁ ମୁଖ୍ୟ ଫାଟକରେ ତାଲା ଝୁଲୁଥିବା ବେଳେ ପ୍ରଥମ ଥର ଲାଗି ମୁଖ୍ୟ ଫାଟକ ତାଲା ଖୋଲିଥିଲା। ଦୀର୍ଘ ଦିନ ଧରି ଅନାବନା ଗଛଲତାରେ ମଧ୍ୟ ଲୁଚି ଯାଇଥିବା ଏହି କୋଠାର ପୁନରୁଦ୍ଧାର ଚାଲିଥିବା ନେଇ ପ୍ରଚାରିତ ହେବା ପରେ ବିଭିନ୍ନ ପାଇକ ସଙ୍ଗଠନ ମଧ୍ୟରେ ଆନନ୍ଦ ଖେଳିଯାଇଥିଲା। ତେବେ କୋଠା ମରାମତି ପରେ ପୁଣି ଥରେ ଏଠାରେ ତାଲା ଝୁଲିଲା। ଫଳରେ ପାଇକ ସଙ୍ଗଠନଗୁଡ଼ିକର ଏକପ୍ରକାଶ ଆଶା ମଉଳିଯାଇଛି।

ଏମାନେ ଯାହା କୁହନ୍ତି…

୨୦୧୯ ଡିସେମ୍ବର ୮ରେ ବରୁଣେଇ ପାହାଡ଼ ପାଦଦେଶରେ ପୂର୍ବତନ ରାଷ୍ଟ୍ରପତି ପାଇକ ସ୍ମାରକୀ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରସ୍ତାବିତ ସ୍ଥାନରେ ଖଣ୍ଡେ ଇଟା ପଡିନି। ପ୍ରସ୍ତାବିତ ସ୍ମାରକୀ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ନ ଥିବା ବେଳେ ସଂଗ୍ରହାଳୟ ପ୍ରତିଷ୍ଠା ଆଶା କ୍ଷୀଣ ବୋଲି ସେ କହିିଛନ୍ତି।
କୃଷ୍ଣଚନ୍ଦ୍ର ଶ୍ରୀଚନ୍ଦନ, କଳିଙ୍ଗ ପାଇକ ସଙ୍ଗଠନର ସମ୍ପାଦକ
ଭାରତ ସ୍ବାଧୀନତା ସଂଗ୍ରାମରେ ଖୋର୍ଦ୍ଧା ପାଇକ ବୀରଙ୍କ ଅବଦାନ ଅତୁଳନୀୟ। ସେହି ପାଇକମାନଙ୍କ ବୀରତ୍ୱର ଗାଥା ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ଭବିଷ୍ୟତ ପିଢ଼ିଙ୍କ ସକାଶେ ଏଠାରେ ପାଇକ ସଂଗ୍ରହାଳୟ ପାଇଁ ଯୋଜନା ହୋଇଥିଲା। ତାହା କେବଳ ସଭା, ସମିତି, ଚର୍ଚ୍ଚା, ଆଲୋଚନା, ପର୍ଯ୍ୟାଲୋଚନା ମଧ୍ୟରେ ସୀମିତ ହୋଇ ରହିଗଲା।
ଗୋପାଳକୃଷ୍ଣ ଦାସ, ଐତିହ୍ୟ ଗବେଷକ
ଗୋଟିଏ ଜାତି ତା’ର ବୀରତ୍ୱ, କଳା, ସଂସ୍କୃତି, ଭାସ୍କର୍ଯ୍ୟକୁ ନେଇ ପରିଚୟ ବହନ କରେ। ସଂସ୍କୃତି ପରମ୍ପରା ବିଲୁପ୍ତ ହେଲେ ସେହି ଜାତିର ସମୃଦ୍ଧି ନଷ୍ଟ ହେବା ସହ ଅଧୋପତନ ମଧ୍ୟ ଘଟିଥାଏ ବୋଲି କୁହାଯାଏ। ଯେଉଁ ପାଇକ ପୁଅ ଦିନେ ଇଂରେଜମାନଙ୍କୁ ଧୂଳି ଚଟାଇଥିଲେ, ଯାହାଙ୍କ ନଁା ଶୁଣିଲେ ବିଟ୍ରିଶ୍‌ ସାମ୍ରାଜ୍ୟ ଥରି ଉଠୁଥିଲା, ସେହି ବୀରତ୍ୱ ମାଟିର ସୁଯୋଗ୍ୟ ସନ୍ତାନଙ୍କ କାହାଣୀ କେବଳ ଇତିହାସ ପୃଷ୍ଠାରେ ରହିଯାଇଛି।
ଶୁଭ୍ରାଂଶୁ ଦାସ, ବରିଷ୍ଠ ଖବରଦାତା
ପାଇକଙ୍କ ବୀରତ୍ୱ ଆଗରେ ବିଟ୍ରିଶ ସରକାର ମଥା ନୁଆଁଇଥିଲେ। ସେହି ଲାଲମାଟିର ଗଡ଼ଖୋର୍ଦ୍ଧା ଅବହେଳିତ ଅବସ୍ଥାରେ ରହିଛି। ଗଡ଼ଖୋର୍ଦ୍ଧା ବିଲୁପ୍ତ ଅବସ୍ଥାରେ ରହିଛି। ପାଇକ ସଂଗ୍ରହାଳୟ ସ୍ଥାପନା ହେଲେ ପାଇକଙ୍କ ଯୁଦ୍ଧ ରଣକୌଶଳ ସମ୍ପର୍କରେ ଆଗାମୀ ଯୁବପିଢ଼ି ଜାଣିବାର ସୁଯୋଗ ପାଇଥାନ୍ତେ। ଏ ମାଟିର ଗୌରବ ବଢିଥାନ୍ତା। ରାଜନୈତିକ ଇଚ୍ଛାଶକ୍ତି ଓ ଜିଲା ପ୍ରଶାସନର ଆନ୍ତରିକତା ଅଭାବରୁ ଏହି କୋଠା କାର୍ଯ୍ୟକ୍ଷମ ନେଇ ଆଶଙ୍କା ରହିଛି।
ପ୍ଳାବନ ପଟ୍ଟନାୟକ, ସାମାଜିକ କର୍ମୀ
ଜିଲାର କଳା, ସଂସ୍କୃତି, ଐତିହ୍ୟ, ପର୍ଯ୍ୟଟନର ବିକାଶ ଲାଗି ଗୁରୁତ୍ୱ ଦିଆଯାଉଛି। ପାଇକ ସ୍ମାରକୀ ନିର୍ମାଣ ପାଇଁ ରହିଥିବା ଜମି ବିବାଦ ତୁଟିଛି। ଖୁବ୍‌ଶୀଘ୍ର ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।
କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲାପାଳ


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri