ଏନ୍‌ଏସି ଅଫିସରେ ତାଲା ପକାଇଲେ ଠିକାଦାର ମିଳୁନି ବକେୟା ପାଉଣା

ହିନ୍ଦୋଳ, ୪।୧୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳର ୨୫ ଠିକାଦାର ବକେୟା ବିଲ୍‌ ଦାବି କରି ମଙ୍ଗଳବାର ଏନ୍‌ଏସି କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ପୋଲିସ ହସ୍ତକ୍ଷେପ ପରେ ତାଲା ଫିଟିଥିବାବେଳେ ତୁରନ୍ତ ଅର୍ଥ ନ ମିଳିଲେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ଠିକାଦାରମାନେ ୩ମାସ ହେଲା ଏନ୍‌ଏସିର ବିଭିନ୍ନ ଉନ୍ନୟନ କାର୍ଯ୍ୟ କରିଥିଲେ ମଧ୍ୟ ବିଲ୍‌ ପ୍ରଦାନ କରାଯାଉନାହିଁ। ଏ ନେଇ ସେମାନେ ଗତ ଗୁରୁବାର ଜିଲାପାଳଙ୍କ ସହିତ ଆଲୋଚନା କରିଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ନ୍ୟାୟ ଦାବିରେ ସେମାନେ ଏନ୍‌ଏସି କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ। ଏହାଦ୍ୱାରା ଅଫିସ୍‌ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବାବେଳେ କର୍ମଚାରୀମାନେ ବାହାରେ ଦୀର୍ଘ ସମୟ ଛିଡ଼ା ହୋଇ ରହିବାକୁ ବାଧ୍ୟ ହୋଇଥିଲେ। ଥାନାଧିକାରୀ ଅନାଦି ଚରଣ ପଟ୍ଟାୟତ ପହଞ୍ଚତ୍ ଠିକାଦାରଙ୍କ ସହିତ ଆଲୋଚନା କରିଥିଲେ। ପ୍ରଶାସନିକ ଅଧିକାରୀଙ୍କ ସହିତ କଥାବାର୍ତ୍ତା ହୋଇ ସମାଧାନର ବାଟ ବାହାର କରିବାକୁ ପ୍ରତିଶ୍ରୁତି ଦେବା ପରେ ତାଲା ଖୋଲିଥିଲା। ଅନାସ୍ଥାରେ ଏନ୍‌ଏସି ଅଧ୍ୟକ୍ଷାଙ୍କ ପଦ ଯିବା ପରେ କାହାରିକୁ ଦାୟିତ୍ୱ ହସ୍ତାନ୍ତର କରାଯାଇନାହିଁ। ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ ଅଧିକାରୀମାନେ ଏଥିରେ ପଦକ୍ଷେପ କରିବାକୁ ପଛଘୁଞ୍ଚା ଦେଉଛନ୍ତି। ତେଣୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ଠିକାଦାରମାନେ କହିଛନ୍ତି।
ଏ ସମ୍ପର୍କରେ ନିର୍ବାହୀ ଅଧିକାରୀ ଏମ୍‌. ଶ୍ରୀନିବାସକୁହନ୍ତି, ଉପାଧ୍ୟକ୍ଷଙ୍କୁ ଦାୟିତ୍ୱ ଦେବା ପାଇଁ ବିଭାଗକୁ ଚିଠି କରାଯାଇଛି। ଆଦେଶ ମିଳିଲେ ପରବର୍ତ୍ତୀ ପଦକ୍ଷେପ ନିଆଯିବ

 


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri