ସ୍କୁଲରେ ତାଲା, ରାସ୍ତାରେ ପଢ଼ିଲେ ପିଲା

ବଇଣ୍ଡା,୪ା୯ (ପରିକ୍ଷିତ ସାହୁ): ସରକାରୀ ସ୍କୁଲ ପାଇଁ ଜମି ଦେଇଥିଲେ ମଧ୍ୟ ଜମି ମାଲିକଙ୍କ ସମ୍ପର୍କୀୟଙ୍କୁ ରୋଷେୟା ଭାବେ ନିଯୁକ୍ତି ମିଳିଲା ନାହିଁ। ଏଥିରେ ଖପ୍ପା ହୋଇ ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତି ଜଣକ ଜମି ବାବଦ କ୍ଷତିପୂରଣ ଦାବି କରି ଉକ୍ତ ସରକାରୀ ବିଦ୍ୟାଳୟରେ ମଙ୍ଗଳବାର ତାଲା ପକାଇ ଦେବାରୁ ରାସ୍ତା ଉପରେ ବସି ପାଠ ପଢ଼ିଛନ୍ତି ଛାତ୍ରୀଛାତ୍ର। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲା କିଶୋରନଗର ବ୍ଲକ କଦଳୀମୁଣ୍ଡା ପଞ୍ଚାୟତର ସାନରୋହିଲା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ।
ଘଟଣାରୁ ପ୍ରକାଶ, ସାନରୋହିଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏକ ଘରୋଇ ଜମିରେ ସ୍ଥାପନ ହୋଇଛି। ଏଥିପାଇଁ ଦୀର୍ଘବର୍ଷ ତଳୁ ଗ୍ରାମର ଜଣେ ବ୍ୟକ୍ତି ଜମି ପ୍ରଦାନ କରିଥିଲେ। ଏବେ ମଧ୍ୟ ବିଦ୍ୟାଳୟ ଜମି ସମ୍ପୃକ୍ତ ଜମି ମାଲିକଙ୍କ ଉତ୍ତରାଧିକାରୀଙ୍କ ନାମରେ ରହିଛି। କିଛି ମାସ ପୂର୍ବେ ଉକ୍ତ ବିଦ୍ୟାଳୟରେ ରୋଷେୟା ନିଯୁକ୍ତି କରାଯାଇଥିଲା। ଏହି ପଦବୀରେ ତାଙ୍କର ଜଣେ ସମ୍ପର୍କୀୟଙ୍କୁ ନିଯୁକ୍ତି ଦେବାକୁ ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତି ଜଣକ କହିଥିଲେ। ବିଦ୍ୟାଳୟ ପକ୍ଷରୁ ଏହି ନିଯୁକ୍ତି ଦିଆଯିବ ବୋଲି କୁହାଯାଇଥିଲା। ହେଲେ ବିଦ୍ୟାଳୟ ପକ୍ଷରୁ ଆଉ ଜଣଙ୍କୁ ରୋଷେୟା ଭାବେ ନିଯୁକ୍ତ କରାଯାଇଥିଲା। ଏହାକୁ ନେଇ ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତି ଖପ୍ପା ହୋଇଥିଲେ। ସ୍କୁଲକୁ ଦିଆଯାଇଥିବା ଜମି ବଦଳରେ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ଦାବିକରି ସେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଫଳରେ ସ୍କୁଲ ଭିତରକୁ ଯାଇ ନ ପାରି ଛାତ୍ରୀଛାତ୍ରମାନେ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବିଦ୍ୟାଳୟ ସମ୍ମୁଖ ରଣିଆକଟା-କଦଳୀମୁଣ୍ଡା ରାସ୍ତା ଉପରେ ବସି ପାଠ ପଢ଼ିଥିଲେ। ଏଥିଯୋଗୁ ଉକ୍ତ ରାସ୍ତାରେ ୨ ଘଣ୍ଟା ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଏ ସମ୍ପର୍କରେ ଗ୍ରାମବାସୀ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜଣାଇଥିଲେ। ପରେ ସିଆର୍‌ସିସି ତ୍ରିଲୋଚନ ବେହେରା, ତହସିଲଦାର ମନୋଜ କୁମାର ପ୍ରଧାନ, କିଶୋରନଗର ଥାନା ଆଇଆଇସି ବିଭୁତି ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତିଙ୍କୁ ବୁଝାଶୁଝା କରିଥିଲେ। ଏହାପରେ ବିଦ୍ୟାଳୟ ଫାଟକରୁ ତାଲା ଖୋଲାଯାଇଥିଲା। ଛାତ୍ରୀଛାତ୍ରମାନେ ଭିତରେ ପାଠ ପଢିବା ସହ ମଧ୍ୟାହ୍ନ ଭୋଜନ ରୋଷେଇ ହୋଇଥିଲା। ଘଟଣା ସମ୍ପର୍କରେ କିଶୋରନଗର ତହସିଲଦାର ପ୍ରଧାନ କହିଛନ୍ତି, ଏହି ବିବାଦର ସ୍ଥାୟୀ ସମାଧାନ ପାଇଁ ବୈଠକ କରାଯିବ। ଆଗାମୀ ଦିନରେ କିଭଳି ସମସ୍ୟା ହେବନି ସେଥିପ୍ରତି ଦୃଷ୍ଟି ଦେବାକୁ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri