ସ୍କୁଲ ରେ ତାଲା:ହେଲାନି ଗଣେଶ ପୂଜା, ବେହୋସ ହେଲେ ଶିକ୍ଷୟିତ୍ରୀ

ଛତ୍ରପୁର,୨୭।୮(ସନ୍ତୋଷ ପାଢ଼ୀ): ଗଣେଶ ପୂଜା ପାଇଁ ସବୁଠି ଚଳଚଞ୍ଚଳ।   ପୁର ଠାରୁ ପଲ୍ଲୀ ସବୁଠି ଅଗ୍ରପୂଜ୍ୟ  ଗଜାନନଙ୍କ ପୁଜା ବହୁ ଆଡମ୍ବରରେ ଚାଲିଛଇ। ହେଲେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ନୋଳିଆନୂଆଗାଁ ଠାରେ ଅବସ୍ଥିିତ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଓ ସ୍କୁଲ ପରିଚାଳନା କମିଟି ମଧ୍ୟରେ ତିକ୍ତତା ହେତୁ ସ୍କୁଲ ଫାଟକରେ ତାଲା ପଡ଼ିଛି। ସ୍କୁଲରେ ପ୍ରଭୁ ଗଣେଶଙ୍କ ପୁଜା କରିପାରି ନାହାନ୍ତି ପିଲେ । ଛାତ୍ରଛାତ୍ରୀ ପୂଜା ଥାଳି ଧରି ନିରାଶରେ  ଘରକୁ ଫେରିଛନ୍ତି।
ଅନ୍ୟପକ୍ଷରେ, ସ୍କୁଲ ଫାଟକରେ ତାଲା ପଡ଼ିଥିବା ଦେଖି ସ୍କୁଲକୁ ଆସିଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀ ବାହାରେ ଠିଆ ହୋଇଥିଲେ। ସେଥି ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ମୂର୍ଚ୍ଛା ହୋଇଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ସ୍କୁଲ କମିଟି ଓ ସ୍କୁଲ ର ଶିକ୍ଷକ ମିଶି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଯାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri