କାର୍ଯ୍ୟାଳୟରେ ତାଲା, ଅନୁକମ୍ପା ରାଶି ନ ପାଇ ଫେରିଲେ ମତ୍ସ୍ୟଜୀବୀ

ଅସ୍ତରଙ୍ଗ,୩।୧୨(ମମତା ଜେନା)ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ପ୍ରଜନନ ସମୟ ଚାଲିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ସମୁଦ୍ରରୁ ମାଛ ମାରିବା ନିଷେଦ୍ଧ କରାଯାଇଛି। ଏହି ସମୟ ଭିତରେ ପାରମ୍ପରିକ ମତ୍ସ୍ୟଜୀବୀଙ୍କୁ କିଛି ଅନୁକମ୍ପା ମୂଳକ ସହାୟତା ରାଶି ଯୋଗାଇଦେବାକୁ ସରକାର ବିଧିବଧ ଭାବେ ଘୋଷଣା କରିଛନ୍ତି, ଯାହାକୁ ନେଇ ଅସ୍ତରଙ୍ଗ ବ୍ଲକ ସହ ମତ୍ସ୍ୟ ଅଧିକାରୀ କାର୍ଯ୍ୟାଳୟରେ ଆବେଦନ ପ୍ରକ୍ରିୟା ଚାଲୁ ରହିଛି। କିନ୍ତୁ ଶୁକ୍ରବାର ଅସ୍ତରଙ୍ଗ ବ୍ଲକ ମତ୍ସ୍ୟ ବିଭାଗ କାର୍ଯ୍ୟାଳୟରେ ପାଖାପାଖି ୫୦ରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ସେମାନଙ୍କ ଅନୁକମ୍ପା ରାଶି ପାଇବାକୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ। କାର୍ଯ୍ୟାଳୟରେ ତାଲା ଝୁଲୁଥିଲାବେଳେ ଅଧିକାରୀ, ସହଯୋଗୀ, କୌଣସି କର୍ମଚାରୀଙ୍କ ଦେଖା ନ ଥିଲା। ବାଧ୍ୟ ହୋଇ ମତ୍ସ୍ୟଜୀବୀ ନିରାଶ ହୋଇ ଘରକୁ ଫେରିଥିଲେ। ଏହି ବାବଦରେ ଗଣମାଧ୍ୟମ ଦ୍ୱାରା ସହକାରୀ ମତ୍ସ୍ୟ ଅଧିକାରୀ ସତ୍ୟବ୍ରତ ଦାସଙ୍କୁ ପଚରିବାରେ, ଶୁକ୍ରବାର କାର୍ଯ୍ୟାଳୟ ବନ୍ଦ ରଖାଯାଇଥିଲା। ସମସ୍ତ କର୍ମଚାରୀ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ବାତ୍ୟା ସଚେତନତା କାର୍ଯ୍ୟ ପାଇଁ ୨୧ଟି ଗ୍ରାମ ବୁଲିଥିବା କହିଛନ୍ତି। ଯଦି ଅଫିସରମାନେ ସଚେତନତା କାର୍ଯ୍ୟ ପାଇଁ ଗ୍ରାମାଞ୍ଚଳକୁ ଯାଇଥିଲେ, ତେବେ ସେମାନେ ଅଫିସରେ ସୂଚନା ଫଳକ କାହିଁକି ଲଗାଇ ନ ଥିଲେ। ଏହି ଘଟଣା ଉପରେ ନିରପେକ୍ଷ ତଦନ୍ତ କରାଯାଉ। ସେଦିନ ଅଫିସରମାନେ କେଉଁ କେଉଁ ଗ୍ରାମରେ କାର୍ଯ୍ୟାଳୟ ସମୟରେ ଅସ୍ତରଙ୍ଗ ମତ୍ସ୍ୟ ବିଭାଗର କେଉଁ କେଉଁ କର୍ମଚାରୀ ନିୟୋଜିତ ଥିଲେ, ତାହାର ସବିଶେଷ ତଥ୍ୟ ଦିଆଯାଉ। ଫଳରେ ପାରମ୍ପରିକ ମତ୍ସ୍ୟଜୀବୀଙ୍କ ଭିତରେ ସୃଷ୍ଟି ହେଉଥିବା ସନ୍ଦେହ ଦୂରୀଭୂତ ହେଇପାରିବ ବୋଲି ଅସ୍ତରଙ୍ଗ ଅଞ୍ଚଳର ବୁଦ୍ଧିଜୀବୀ ମହଲରେ ଆଶା ପ୍ରକଟିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?