ରାଜସ୍ବ ନିରୀକ୍ଷକଙ୍କ ଅଫିସରେ ତାଲା

ଖଜୁରିପଡ଼ା,୫ା୯(ବିଦୁର ବେହେରା): ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ବିଭିନ୍ନ ସମ୍ପ୍ରଦାୟର ଲୋକଙ୍କ ଜମି ଜମା, ଜାତି ଗତ ପ୍ରମାଣ ପତ୍ର, ବାସିନ୍ଦା ପ୍ରମାଣ ପତ୍ର ଆଦି ସମସ୍ୟାର ସମାଧାନ ପାଇଁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଖୋଲାଯାଇଛି। କିନ୍ତୁ ରାଜସ୍ବ ନିରୀକ୍ଷକ ଅଧିକାରୀଙ୍କ ଅଫିସରେ ତାଲା ଝୁଲି ରହିଥିବାରୁ ଅଧିକାରୀଙ୍କୁ ଭେଟ ନ ପାଇ ଦୂର ଦୁରାନ୍ତରୁ ଆସିଥିବା ଲୋକମାନେ ନାହିଁ ନ ଥିବା ହଇରାଣ ହେଉଛନ୍ତି ବୋଲି ସରପଞ୍ଚ ଅଭିଯୋଗ କରିଛନ୍ତି।
ଅଭିଯୋଗ ପ୍ରକାରେ, ଖଜୁରିପଡ଼ା ତହସିଲ ଅନ୍ତର୍ଭୁକ୍ତ ସୁଡ୍ରୁକୁମ୍ପା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଅନେକ ସମୟ ତାଲା ପଡ଼ି ରହୁଛି। ବିଲବାଡ଼ି ପଞ୍ଚାୟତର ଲୋକମାନେ ପାହାଡ ପର୍ବତ ଡେଇଁ କାର୍ଯ୍ୟାଳୟକୁ ଆସୁଥିଲେ ମଧ୍ୟ ରାଜସ୍ବ ନିରୀକ୍ଷକ ଘଣ୍ଟା ଘଣ୍ଟା ଅପେକ୍ଷା କରି ସମସ୍ୟା ଭୋଗୁଛନ୍ତି। ଅନ୍ୟପକ୍ଷେ ସୁଡ୍ରେଜୁ, ବିଲବାଡ଼ି, ସୁଡୁ ରୁକୁମ୍ପା ପଞ୍ଚାୟତକୁ ନେଇ ଏହି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଖୋଲା ଯାଇଛି। ଏହି ତିନି ପଞ୍ଚାୟତ ଉପାନ୍ତ ଅଞ୍ଚଳରେ ରହିଛି। ତେଣୁ ଏହି କାର୍ଯ୍ୟାଳୟ ଅଧୀନରେ ଆସୁଥିବା ଅନେକ ଗ୍ରାମର ଲୋକ ନିଜ ନିଜର ସମସ୍ୟା ପାଇଁ ଆସୁଥିଲେ ମଧ୍ୟ ତାଲା ଝୁଲୁ ଥିବା ଦେଖି ଅନେକ ସମୟ ଅପେକ୍ଷା କଲା ପରେ ଘରକୁ ଫେରି ଯାଉଛନ୍ତି।
ତେବେ ଏହି ସମସ୍ୟାର ତୁରନ୍ତ ସମାଧାନ କରା ନ ଯାଏ ତେବେ ଅନେକ ଗ୍ରାମବାସୀ ତହସିଲ ଅଫିସ ସମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ରାଜସ୍ବ ନିରୀକ୍ଷକ ଅନୁପମା ପ୍ରଧାନଙ୍କୁ ଫୋନରେ ଯୋଗାଯୋଗ କରିଥିଲେ ମଧ୍ୟ ସମ୍ଭବ ହୋଇପାରିନଥିଲା। ପରବର୍ତ୍ତୀ ସମୟରେ ଖଜୁରିପଡା ତହସିଲଦାର ବିଜୟ ପ୍ରଧାନଙ୍କୁ ପଚାରିବାରୁ ସେ କହିଛନ୍ତି ଯେ ରାଜସ୍ବ ନିରୀକ୍ଷକ ଅଧିକାରୀମାନେ ଫିଲ୍ଡ ଡ୍ୟୁଟିରେ ଯାଇଥିବେ କିମ୍ବା ଡିମାରକେଶନ ପାଇଁ ଯାଇଛନ୍ତି ବୋଲି କହିଥିଲେ। କାର୍ଯ୍ୟାଳୟରେ ରାଜସ୍ବ ନିରୀକ୍ଷକଙ୍କ କେଉଁ କ୍ଷେତ୍ରକୁ ଯାଇଛନ୍ତି ତାହା ସୂଚନା ଫଳରେ ଉଲେଖ କରିବା କଥା। କିନ୍ତୁ ବିଭାଗ ପକ୍ଷରୁ ବ୍ୟବହାର କରାଯାଉ ନାହିଁ ବୋଲି ମଧ୍ୟ ସରପଞ୍ଚ ଅଭିଯୋଗ କରିଛନ୍ତି। ତେଣୁ ଜିଲାପାଳ ଏଥିପ୍ରତି ଦୃଷ୍ଟି ଦେବାକୁ ଆବଶ୍ୟକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri