ବିଭିନ୍ନ ଦାବି ନେଇ ସ୍କୁଲ ଗେଟ୍‌ରେ ତାଲା: ଧାରଣାରେ ବସିଲେ ଛାତ୍ରୀଛାତ୍ର

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହରପଡା ବ୍ଲକ କୁଣ୍ଡଳା ପଞ୍ଚାୟତ ମୁଖ୍ୟାଳୟ ଏମ କେ(ମିରିଖୋଜୀ କୁଣ୍ଡଳାଉଚ୍ଚ ବିଦ୍ୟାଳୟ) ହାଇସ୍କୁଲ କୁଣ୍ଡଳା ଗେଟ ସମ୍ମୁଖରେ ଗୁରୁବାର ସକାଳୁ ନବମ ଦଶମ ଶ୍ରେଣୀର ୬୮ ଛାତ୍ରୀଛାତ୍ର ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି। ଛାତ୍ରୀଛାତ୍ରଙ୍କ ଅଭିଯୋଗ ଅନୁଯାୟୀ, ଅନୁମୋଦିତ ଶିକ୍ଷକ ୮ ଜଣଙ୍କ ମଧ୍ୟରୁ ୨ଜଣ ଶକ୍ଷକ ସ୍କୁଲରେ ଅଛନ୍ତି। ୨ ଜଣ ବିଜ୍ଞାନ ଶିକ୍ଷକ ତାରଚାନ୍ଦ ମହାନ୍ତ ଓ ଶରତ ଚନ୍ଦ୍ର ସାହୁ ଅଛନ୍ତି। ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ଭାରପ୍ରାପ୍ତ ଶିକ୍ଷକ ତାରଚାନ୍ଦ ବର୍ଷେ ହେବ ଆସୁ ନ ଥିବାବେଳେ ଉପସ୍ଥାନରେ ଦସ୍ତଖତ କରି ଦରମା ନେଉଥିବାର ଛାତ୍ରୀଛାତ୍ର ଓ ଅଭିଭାବକ ଅଭିଯୋଗ କରିଛନ୍ତି। ଏଥିସହ ନିମ୍ନମାନର ମଧ୍ୟାହ୍ନ ଭୋଜନ, ପ୍ରଧାନ ଶିକ୍ଷକଙ୍କ ମନମୁଖୀ କାର୍ଯ୍ୟ ସହ ଷ୍ଟାଇପେଣ୍ଟ ନ ଦେବା ଆଦି ଦାବିରେ ଧାରଣା ଛାତ୍ରୀଛାତ୍ରମାନେ ଧାରଣାରେ ବସିଛନ୍ତି। ଦିନ ୧୨ଟାବେଳେ ପ୍ରଧାନଶିକ୍ଷକ ସ୍କୁଲରେ ପହଞ୍ଚିଥିଲେ ହେଁ ତାଙ୍କୁ ଛାତ୍ରୀମାନେ ସ୍କୁଲକୁ ପ୍ରବେଶ କରାଇ ଦେଇ ନ ଥିଲେ। ପ୍ରଧାନ ଶିକ୍ଷକଙ୍କୁ ଏନେଇ ପ୍ରତିକ୍ରିୟାରେ ପଚାରିବାରୁ ମୋ ସ୍ତ୍ରୀର ସାଇଟିକା ରୋଗ ଥିବାରୁ ନିୟମିତ ସ୍କୁଲକୁ ଆସିପାରୁନାହିଁ। ଏନେଇ ଡିଇଓ ପୂର୍ଣ୍ଣ ଚନ୍ଦ୍ର ବରିହାଙ୍କୁ ପଚାରିବାରୁ ମୁଁ ନୂଆ ଆସିଛି ତଦନ୍ତ କରି କହିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri