Posted inଗଜପତି

ଆମ ଶୌଚାଳୟରେ ତାଲା, ଅସନ୍ତୋଷ ବୃଦ୍ଧି

ନୂଆଗଡ଼,୧୩।୬: ଗଜପତି ଜିଲା ନୂଆଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆମ ଶୌଚାଳୟ ଲୋକଙ୍କ ସୁବିଧା ଲାଗି ନିର୍ମାଣ କରାଯାଇଛି। ଏହା ୨୦୨୦ ନଭେମ୍ବର ୨୫ ତାରିଖରେ ଲୋକାର୍ପିତ ହୋଇଛି। ହେଲେ ଏହି ଶୌଚାଳୟଟି ଲୋକାର୍ପିତ ଦିନଠାରୁ ୨ବର୍ଷ ପୂରିବାକୁ ଯାଉଥିଲେ ମଧ୍ୟ ତାଲା ପଡ଼ି ଲୋକଙ୍କ ସେବାରେ ଆସୁନଥିବା ଦେଖିବାକୁ ମିଳୁଛି। ଫଳରେ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ବ୍ଲକରେ ନିର୍ମାଣାଧୀନ ଆମ ଶୌଚାଳୟ ପୁରୁଷ ଏବଂ ମହିଳାମାନଙ୍କ ପାଇଁ ଦୁଇଟି କକ୍ଷ ଅଛି। ବ୍ଲକ ପରିସରରେ ବିଭିନ୍ନ ବିଭାଗର କାର୍ଯ୍ୟାଳୟ ରହିଛି। ଜନସାଧାରଣଙ୍କଠାରୁ ଆରମ୍ଭ କରି ଜନପ୍ରତିନିଧି ଏବଂ ଅନ୍ୟାନ୍ୟ କର୍ମଚାରୀ ବିଭିନ୍ନ କାର୍ଯ୍ୟ ନିମନ୍ତେ ବ୍ଲକ କାର୍ଯ୍ୟାଳୟକୁ ଆସନ୍ତି। ବିଭିନ୍ନ ସମୟରେ ଘଣ୍ଟା ଘଣ୍ଟା ଅପେକ୍ଷା କରିଥା’ନ୍ତି ଲୋକେ। ଫଳରେ ଲୋକଙ୍କୁ ଅକସ୍ମାତ୍‌ ପରିସ୍ରା ଲାଗିଲେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ଲକ ପ୍ରଶାସନ ତଥା କର୍ତ୍ତୃପକ୍ଷ ତୁରନ୍ତ ଏଥିପ୍ରତି ଧ୍ୟାନଦେଇ ବନ୍ଦ ହୋଇଥିବା ଆମ ଶୌଚାଳୟକୁ ଖୋଲିବା ଦିଗରେ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri