ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…

ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା ଆକ୍ରମଣ ଘଟଣାରେ ରାଜନୈତିକ ଉଷ୍ଣତା ଉଗ୍ରରୂପ ଧାରଣ କରୁଛି। ପ୍ରତିବାଦ କରିବା ସହ ଲଳିତ ବେହେରାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନ ଯିବା ଯାଏ ରାଜନଗର ସରପଞ୍ଚ ସଂଘର ସଭାପତି ଅଶୋକ କୁମାର ମହାନ୍ତି, ଅଧ୍ୟକ୍ଷା ପ୍ରତିଭା ପାତ୍ର ପ୍ରମୁଖ ସମସ୍ତ ସରପଞ୍ଚ, ସମିତିସଭ୍ୟ ସୋମବାରଠାରୁ ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି । ଶାସକ ଦଳର ଚାପରେ ଜିଲା ପ୍ରଶାସନ ଏବଂ ପୋଲିସ ନୀରବଦ୍ରଷ୍ଟା ସାଜିଥିବାରୁ ଏହି ଧାରଣା ଧିରେ ଧିରେ ଗଣଆନ୍ଦୋଳନର ରୂପ ନେଉଛି । ଆଜି ଧାରଣାରେ ଦଳର କର୍ମମାନେ ନୈତିକ ସମର୍ଥନ ଦେଉଥିବା ଦେଖିବାକୁ ମିଳିଛି ।

ଏ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତି ପାତ୍ର ଭାଜପା ଡବଲ ଇଞ୍ଜିନ ସରକାର ମହିଳାଙ୍କ ପ୍ରତି ଅସମ୍ମାନ କରୁଥିବାରୁ ନୈତିକତା ଦୃଷ୍ଟିରୁ ସେମାନେ ପଦ ଛାଡନ୍ତୁ ବୋଲି କହିଛନ୍ତି । ଆମ ଏତଲାକୁ ପୋଲିସ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନ ନେଲେ ବ୍ଲକ ସାରା ଆନ୍ଦୋଳନ କରାଯିବ ବୋଲି କହିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ଜାଣି ବି ଅଜଣା ରହୁଛନ୍ତି । ବାରମ୍ବାର ବିଡିଓଙ୍କୁ ଭାଜପା କର୍ମୀମାନେ ମାନସିକ ଯନ୍ତ୍ରଣା ଦେବା ଗଣତନ୍ତ୍ରକୁ ହତ୍ୟା କରାଯାଉଥିବାରୁ ଏହାକୁ ବରଦାସ୍ତ କରାଯିବ ନାହିଁ ବୋଲି ସରପଞ୍ଚ ସଂଘ କହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri