ଉପନିର୍ବାଚନ ନିୟମ କହିଲେ ଲୋହାନୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ଏପ୍ରିଲ ୧୭ରେ ହେବ। ଏନେଇ ଆସନ୍ତା ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାପୂର୍ବରୁ ଶୁକ୍ରବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସମସ୍ତ ସ୍ବୀକୃତି ପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଏକ ଆଲୋଚନା କରିଛନ୍ତି। ଲୋହାନୀ କହିଛନ୍ତି, ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ଅଞ୍ଚଳରେ ପୂର୍ବରୁ ଚାଲୁ ରହିଥିବା ସମସ୍ତ କାର୍ଯ୍ୟ ଜାରି ରହିବ। ନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଏବଂ ସମ୍ପୃକ୍ତ ରାଜନୈତିକ ଦଳଗୁଡିକ ନିର୍ବାଚନ ସମ୍ପର୍କିତ ଖର୍ଚ୍ଚ ଏକ ରେଜିଷ୍ଟରରେ ଲିପିବଦ୍ଧ କରାଯିବ। ପ୍ରାର୍ଥୀମାନେ ନିଜର ଦୈନିକ ଖର୍ଚ୍ଚ ରେଜିଷ୍ଟାରରେ ଲେଖିବେ। ପର୍ଯ୍ୟବେକ୍ଷକ ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ୩ ଥର ରେଜିଷ୍ଟାର ପରଖିବେ। କୋଭିଡ୍‌-୧୯ ନିୟମକୁ କଡ଼ାକଡ଼ି ପାଳନ କରାଯିବ। ଉପନିର୍ବାଚନରେ ସାମିଲ ସମସ୍ତ ଅଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦିଆଯିବ। ମାସ୍କ, ସାନିଟାଇଜର, ସ୍କାନିଂ ଇତ୍ୟାଦିକୁ ନିର୍ବାଚନ ସମୟରେ ବାଧ୍ୟତାମୂଳକ କରାଯିବ। ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ, ଦିବ୍ୟାଙ୍ଗ ଭୋଟର ଏବଂ ସନ୍ଦିଗ୍ଧ କୋଭିଡ୍‌ ରୋଗୀଙ୍କ ଲାଗି ପୋଷ୍ଟାଲ ବାଲାଟ ବ୍ୟବସ୍ଥା କରାଯାଇଛି। ଅପରାଧ ପୃଷ୍ଠଭୂମି ଥିବା ପ୍ରାର୍ଥୀମାନେ ନିର୍ବାଚନରେ ଅଂଶଗ୍ରହଣ କଲେ ସେମାନେ ଉଭୟ ଛାପା ଏବଂ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ଅତିକମ୍‌ରେ ୩ ଥର ସେମାନଙ୍କ ଅପରାଧ ପୃଷ୍ଠଭୂମି ସମ୍ପର୍କରେ ପ୍ରଚାର, ପ୍ରସାର କରିବେ। ନିର୍ବାଚନ ଆୟୋଗ ପ୍ରଚାର, ପ୍ରସାର ଲାଗି ସ୍ବତନ୍ତ୍ର ନିୟମ ଆଣିଛନ୍ତି। ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡିକ ଉପନିର୍ବାଚନ ଲାଗି ପ୍ରଚାର ପାଇଁ ୩୦ଜଣରୁ ଅଧିକ ଓ ଏବଂ ଅନ୍ୟାନ୍ୟ ରାଜନୈତିକ ଦଳଗୁଡିକ ପ୍ରଚାର ପାଇଁ ୧୫ଜଣରୁ ଅଧିକ ତାରକା ପ୍ରଚାରକ ଆଣିପାରିବେ ନାହିଁ। ପ୍ରାର୍ଥୀମାନେ ନିଜ ପୋଷ୍ଟର ଏବଂ ଲିଫଲେଟ୍‌ରେ ପ୍ରକାଶକ ଓ ମୁଦ୍ରାକରଙ୍କ ନାମ ରଖିବେ। ଯଦି ଛାପା, ବୈଦ୍ୟୁତିକ କିମ୍ବା ସାମାଜିକ ଗଣମାଧ୍ୟମ ଜରିଆରେ ରାଜନୈତିକ ଦଳଗୁଡିକ ପ୍ରଚାର କରନ୍ତି ତେବେ ସେନେଇ ହୋଇଥିବା ଖର୍ଚ୍ଚ ତାଲିକା ପ୍ରାର୍ଥୀ ଓ ଦଳର ନିର୍ବାଚନ ଖର୍ଚ୍ଚ ଆକାଉଣ୍ଟରେ ପଡିବ ବୋଲି ଲୋହାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri