ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ ସମ୍ପୂର୍ଣ୍ଣ ନିଆରା ଓ ସାରସ୍ୱତ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଜନ୍ମଦିନକୁ ଚିରସ୍ମରଣୀୟ କରିବା ଉଦ୍ଦେଶ୍ୟରେ ଲୋହରାଖଣ୍ଡି ସାହିତ୍ୟ ସଂସଦ, ଭଞ୍ଜନଗର ପକ୍ଷରୁ ଏକ ଭବ୍ୟ କବିତା ପାଠୋତ୍ସବର ଆୟୋଜନ କରାଯାଇଥିଲା।

ଏହି ସାରସ୍ୱତ ସମାରୋହରେ ବହୁ କବି, କବୟିତ୍ରୀ, ସାହିତ୍ୟିକ ଓ ସାହିତ୍ୟପ୍ରେମୀ ଯୋଗଦେଇ ଆପଣାର ସ୍ୱରଚିତ କବିତା ପାଠ କରିଥିଲେ। କବିତା ପାଠ ସହ ଗଠନମୂଳକ ସାହିତ୍ୟିକ ଆଲୋଚନା ସମଗ୍ର କାର୍ଯ୍ୟକ୍ରମକୁ ଏକ ଆଧ୍ୟାତ୍ମିକ ଓ ସୃଜନଶୀଳ ଆବହୋୱା ପ୍ରଦାନ କରିଥିଲା।

ଉକ୍ତ ଉତ୍ସବରେ ଶେଶାନନ୍ଦଙ୍କ ଭାଇ ତଥା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ଆରୁଖ ଅତିଥି ଭାବେ ଯୋଗଦେଇଥିଲେ। ପ୍ରଫେସର କୃତ୍ତିବାସ ବିଶ୍ୱାଳ ସମ୍ମାନିତ ଅତିଥି ଏବଂ ବରିଷ୍ଠ ଲେଖକ ପ୍ରଶାନ୍ତ ମହାନ୍ତି ମୁଖ୍ୟ ବକ୍ତା ଭାବେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ସାହିତ୍ୟ ସଂସଦର ପରିଚାଳନା ସମ୍ପାଦିକା ପ୍ରଭାତୀ ମଞ୍ଜରୀ ବେହେରା କାର୍ଯ୍ୟକ୍ରମଟିକୁ ସୁଚାରୁରୂପେ ପରିଚାଳନା କରିଥିଲେ।

ଜନ୍ମଦିନ ପରି ଏକ ବ୍ୟକ୍ତିଗତ ଉତ୍ସବକୁ କେବଳ ଆଡ଼ମ୍ବର ମଧ୍ୟରେ ସୀମିତ ନରଖି ସାହିତ୍ୟ ଓ ସୃଜନଶୀଳତା ସହ ଯୋଡ଼ିବାର ଏହି ପ୍ରଶଂସନୀୟ ପ୍ରୟାସକୁ ଉପସ୍ଥିତ ସାହିତ୍ୟପ୍ରେମୀମାନେ ଭୂୟସୀ ପ୍ରଶଂସା କରିଥିଲେ। କବି ବିମ୍ବାଧର ଷଡ଼ଙ୍ଗୀ ଓ ଚନ୍ଦନ ବାଡତ୍ୟା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି ଅବସରରେ ସଂସଦର କାର୍ଯ୍ୟକାରୀ ସଭାପତି ପ୍ରଦୀପ ସ୍ୱାଇଁ, ସଭାନେତ୍ରୀ ଡ. ସଂଯୁକ୍ତା ପଣ୍ଡା, ସମ୍ପାଦକ ଚିନ୍ମୟ କୁମାର ବେବର୍ତ୍ତା ଏବଂ ଶିକ୍ଷୟତ୍ରୀ କଳ୍ପନା ପ୍ରଧାନଙ୍କ ସମେତ ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?