୫୦ ବର୍ଷ ପୂର୍ତ୍ତି ପାଳନ କଲା ଲୋଇସିଂହା ଏସ୍‌ବିଆଇ ଶାଖା

ଲୋଇସିଂହା,୨୮।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏସ୍‌ବିଆଇ ଶାଖା ୨୭ ଫେବୃଆରୀ ୧୯୭୬ରେ ପ୍ରତିଷ୍ଠା ହୋଇଥିଲା। ଶୁକ୍ରବାର ୫୦ ବର୍ଷ ପୁରିଥିବାରୁ ବ୍ୟାଙ୍କ ପକ୍ଷରୁ ୫୦ ବର୍ଷ ପୂର୍ତ୍ତି ପାଳନ କରାଯାଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ଶାଖାର ମୁଖ୍ୟ ମ୍ୟାନେଜର ଶାଳୀନି କୁଲ୍ଲୁ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ବଲାଙ୍ଗୀର ଏସ୍‌ବିଆଇ ରିଜିଓନାଲ ମ୍ୟାନେଜର ପ୍ରଦ୍ୟୁମ୍ନ ସ୍ବାଇଁ ଯୋଗଦେଇ କେକ୍‌ କାଟି ଉତ୍ସବ ମନାଇଥିଲେ। ମୁଖ୍ୟଅତିଥି ସ୍ବାଇଁ ସହକର୍ମୀଙ୍କୁ ବ୍ୟାଙ୍କର ଉନ୍ନତି ଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଏହାଛଡା ଉପଭୋକ୍ତାଙ୍କ ପ୍ରତି ଉଚିତ୍‌ ବ୍ୟବହାର ପ୍ରଦର୍ଶନ ପୂର୍ବକ କାର୍ଯ୍ୟ କରି ବିଶ୍ୱାସଭାଜନ ହେବାକୁ ପରାମର୍ଶ ଦେଇଥିଲେ। ଶାଖାର ମୁଖ୍ୟ ମ୍ୟାନେଜର କୁଲ୍ଲୁଙ୍କ ସୂଚନା ଅନୁଯାୟୀ , ୧୯୭୬ରେ ଏହି ବ୍ୟାଙ୍କ ପ୍ରତିଷ୍ଠା ଲାଭ କରିଥିଲା। ଅଲ୍ଲୀନାସିର ସୟତ ପ୍ରଥମ ଉପଭୋକ୍ତା ଥିଲେ। ଅଦ୍ୟାବଧି ବ୍ୟାଙ୍କ ଉପଭୋକ୍ତା ସଂଖ୍ୟା ୪୯ ହଜାର ୧୪୨ ଜଣ ଅଛନ୍ତି। ବ୍ୟାଙ୍କରେ ୨.୭ କୋଟିର କାରବାର ହେଉଥିବା ସେ ସୂଚନା ଦେଇଥିଲେ। ବ୍ୟାଙ୍କ ଅଧୀନରେ ୧୪ଟି ପଞ୍ଚାୟତ ଅଞ୍ଚଳରେ ୧୪ ଟି ଜନସେବା କେନ୍ଦ୍ର ଓ ୨ଟି ସିଏସପି ପ୍ଲସ କାର୍ଯ୍ୟ କରି ଜନସେବା ପ୍ରଦାନ କରାଯାଇ ଆସୁଛି। ଏହଛଡା ବ୍ୟାଙ୍କ ପରିସରରେ ଏକ ଏଟିଏମ୍‌ ଓ ସିଡିଏମ୍‌(ଟଙ୍କା ଜମା ମେସିନ) ରହିଛି। ୮ଶହ ଚାଷୀଙ୍କୁ କୃଷିଋଣ ଦିଆଯାଇଛି। ବ୍ୟାଙ୍କ ପକ୍ଷରୁ ସରକାରଙ୍କ ବିଭିନ୍ନ ଯୋଜନା, ବୀମା ଯୋଜନା ଓ ସାଇବର ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଉଥିବ ମୁଖ୍ୟ ମ୍ୟାନେଜର କୁଲ୍ଲୁ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri