Posted inଜାତୀୟ

ସଂସଦରେ ଜୋରଦାର ହଟ୍ଟଗୋଳ: ଉଭୟ ଗୃହ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୧୭।୩: ସଂସଦରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ୫ମ ଦିନରେ ମଧ୍ୟ ଉଭୟ ଗୃହର କାର୍ଯ୍ୟ ସଠିକ୍‌ ଭାବେ ଚାଲିପାରିନାହିଁ। ଶୁକ୍ରବାର ଗୃହ କାର୍ଯ୍ୟ ଆରମ୍ଭରୁ ଶାସକ ଦଳ କଂଗ୍ରେସ ନେତାଙ୍କ ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ଉଭୟ ଗୃହରେ ଜୋରଦାର ହଙ୍ଗାମା କରିଥିଲେ। ଏଥିସହ ରାହୁଲ କ୍ଷମା ମାଗନ୍ତୁ ବୋଲି କହି ସ୍ଲୋଗାନ୍‌ ଦେଇଥିଲେ। ଏଥିଯୋଗୁ ଉଭୟ ଗୃହର କାର୍ଯ୍ୟରେ ବାଧାପ୍ରାପ୍ତ ହୋଇଥିଲା। ଫଳରେ ଲୋକ ସଭା ଏବଂ ରାଜ୍ୟ ସଭାର କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ଶୁକ୍ରବାର ଆଶା କରାଯାଉଥିଲା ଯେ, ଲୋକ ସଭାରେ ରାହୁଲ ଗାନ୍ଧୀ ନିଜର ମନ୍ତବ୍ୟ ରଖିବେ। ସଂସଦର କାର୍ଯ୍ୟ ସମୟରେ ରାହୁଲ ଗାନ୍ଧୀ ଲୋକ ସଭାରେ ଉପସ୍ଥିତ ମଧ୍ୟ ଥିଲେ କିନ୍ତୁ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରି ନ ଥିଲା। ଏହି ସମୟରେ ବହୁ ସମୟ ଧରି ଲୋକ ସଭାର କାର୍ଯ୍ୟର ଅଡିଓକୁ ବନ୍ଦ କରାଯାଇଥିଲା। ଏହାସତ୍ତ୍ୱେ ସ୍ଲୋଗାନ ଦିଆଯିବା ସହ ହଙ୍ଗାମା ଜାରି ରହିଥିଲା। ଏହାପରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଗୃହର କାର୍ଯ୍ୟକୁ ମାର୍ଚ୍ଚ ୨୦ ସକାଳ ୧୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ଘୋଷଣା କରିଥିଲେ। ସେହିପରି ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀନ ଧନକର ମଧ୍ୟ ଗୃହର କାର୍ଯ୍ୟକୁ ମାର୍ଚ୍ଚ ୨୦ ସକାଳ ୧୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri