ଲୋକ ସଭା ନିର୍ବାଚନ: ଆଜି ଆସିପାରେ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା, ଓଡ଼ିଶାରୁ ଏହି ୨ ଜଣଙ୍କୁ ମିଳିପାରେ ଟିକେଟ୍‌

ଭୁବନେଶ୍ୱର/ନୂଆଦିଲ୍ଲୀ,୨୯।୨: ଲୋକ ସଭା ନିର୍ବାଚନ ୨୦୨୪ ସମ୍ପର୍କରେ ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ଗୁରୁବାର ସାରେ ନୂଆଦିଲ୍ଲୀର ପାର୍ଟି ମୁଖ୍ୟାଳୟରେ ଡକାଯାଇଛି। ଏହି ବୈଠକ ପରେ ସାଧାରଣ ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇପାରେ। ୪୧ଟି ସମ୍ଭାବ୍ୟ ନାମ ମଧ୍ୟ ଉଲ୍ଲେଖ କରାଯାଇଛି। ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନାମ ଅନ୍ତର୍ଭୁକ୍ତ।

ଏହି ବୈଠକ ସା ୭ଟାରୁ ଆରମ୍ଭ ହେବ, ଯାହାକୁ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଅଧ୍ୟକ୍ଷତା କରିବେ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଭାଜପା ନେତା ବି.ଏଲ ସନ୍ତୋଷ ଏବଂ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହିବେ।

ବୈଠକରେ ରାଜ୍ୟଗୁଡିକର କୋର୍‌ କମିଟିର ପ୍ରମୁଖ ସଦସ୍ୟମାନେ ମଧ୍ୟ ସାମିଲ ରହିବେ। ଏଥିରେ ଉତ୍ତରପ୍ରଦେଶ, ତେଲଙ୍ଗାନା, ପଶ୍ଚିମବଙ୍ଗ, ଛତିଶଗଡ, ରାଜସ୍ଥାନ, ମଧ୍ୟପ୍ରଦେଶ, ରାଜସ୍ଥାନ, ତ୍ରିପୁରା, ଗୋଆ, ଉତ୍ତରପ୍ରଦେଶ, ଗୁଜରାଟ, ଆସାମ, ଝାଡଖଣ୍ଡ, ତାମିଲନାଡୁ, ପୁଡୁଚେରୀ, ଆଣ୍ଡାମାନ-ନିକୋବର, ଓଡ଼ିଶା, ଦିଲ୍ଲୀ, ମଣିପୁର ଏବଂ ଜମ୍ମୁ-କଶ୍ମୀର ଆସନର ପ୍ୟାନେଲକୁ କେନ୍ଦ୍ରୀୟ ନିର୍ବାଚନ କମିଟି ସମ୍ମୁଖରେ ରଖାଯିବ। ତେବେ ଓଡ଼ିଶାର ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ପୁରୀ ପାଇଁ ସମ୍ବିତ ପାତ୍ରଙ୍କୁ ଲୋକ ସଭା ଟିକେଟ୍‌ ମିଳିପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri