Posted inଜାତୀୟ

ଭାଜପାର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପାଇଁ ଆଜି ଫାଇନାଲ ହେବ ନାଁ, ଏହିମାନଙ୍କର କଟିପାରେ ଟିକେଟ୍‌

ନୂଆଦିଲ୍ଲୀ,୬।୩: ଭାରତୀୟ ଜନତା ପାର୍ଟି ଲୋକ ସଭା ନିର୍ବାଚନ ପାଇଁ ଶନିବାର ୧୯୫ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଥିଲା। ଏବେ ଦଳ ବର୍ତ୍ତମାନ ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ପ୍ରକାଶ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି। ବୁଧବାର ଭାଜପା କୋର କମିଟି ବୈଠକ ଅନୁଷ୍ଠିତ ହେବ। ବୈଠକରେ ପଞ୍ଜାବ, ହିମାଚଳ ପ୍ରଦେଶ, ମହାରାଷ୍ଟ୍ର ଏବଂ ବିହାରର ଅବଶିଷ୍ଟ ଆସନ ଉପରେ ଆଲୋଚନା କରାଯିବ।

ବୈଠକରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗ ଦେଇପାରନ୍ତି। ବିଶ୍ୱାସ କରାଯାଏ ଯେ, ଯେପରି ଦଳ ପ୍ରଥମ ତାଲିକାରୁ ଭେଟେରାନ ନେତାଙ୍କୁ ବାଦ ଦେଇଥିଲା, ସେହିପରି ଅନେକ ନେତାଙ୍କୁ ମଧ୍ୟ ଦ୍ୱିତୀୟ ତାଲିକାରୁ ବାଦ୍‌ ଦିଆଯାଇପାରେ ।

ଏହି ତାଲିକା ମାର୍ଚ୍ଚ ୭ କିମ୍ବା ୮ରେ ପ୍ରକାଶ ପାଇପାରେ। ସୂଚନା ଅନୁଯାୟୀ, ଏହି ବୈଠକରେ ଦଳ ଦ୍ୱିତୀୟ ତାଲିକା ପାଇଁ ପ୍ରାର୍ଥୀଙ୍କ ନାମ ଚୂଡାନ୍ତ କରିବ। ତାଲିକାରେ ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ତେଲଙ୍ଗାନା ଏବଂ ରାଜସ୍ଥାନ ସମେତ ଅନେକ ରାଜ୍ୟରୁ ପ୍ରାର୍ଥୀଙ୍କ ନାମ ସାମିଲ ହୋଇପାରେ।

ପ୍ରଥମ ତାଲିକା ପରି ଦଳ ଦ୍ୱିତୀୟ ତାଲିକାରେ ମଧ୍ୟ ବିବାଦୀୟ ଚେହେରାଠାରୁ ନିଜକୁ ଦୂରେଇ ରଖିପାରେ। ଏଥିମଧ୍ୟରୁ କେସରଗଞ୍ଜ ଏମ୍‌ପି ବ୍ରିଜ୍‌ଭୂଷଣ ଶରଣ ସିଂ ଅଛନ୍ତି, ଯାହାଙ୍କ ନାଁରେ ମହିଳା କୁସ୍ତିମାନଙ୍କ ଦ୍ୱାରା ଯୌନ ଶୋଷଣର ଅଭିଯୋଗ ହୋଇଥିଲା। ଦଳ ଉପରେ ଅସନ୍ତୋଷ ଥିବା ମେନକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କୁ ମଧ୍ୟ ବାଦ୍‌ ଦିଆଯିବ ବୋଲି ଆଶା କରାଯାଉଛି। ତେବେ ଏ ବାବଦରେ ଭାଜପା କୌଣସି ସୂଚନା ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri