Posted inଜାତୀୟ

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ପଦକ୍ଷେପ: ବଦଳିଲେ ୩ ରାଜ୍ୟର ନିର୍ବାଚନ ପ୍ରଭାରୀ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି ଏକ ବଡ ପଦକ୍ଷେପ ନେଇଛି। ପାର୍ଟି ହାଇକମାଣ୍ଡ ଗୁରୁବାର ରାଜସ୍ଥାନ, ହରିୟାଣା ଏବଂ ଆନ୍ଧ୍ରପ୍ରଦେଶର ନିର୍ବାଚନ ପ୍ରଭାରୀ ପରିବର୍ତ୍ତନ କରିଛି। ପ୍ରଥମ ପର୍ଯ୍ୟାୟ ମତଦାନର ଏକ ମାସ ପୂର୍ବରୁ ନିଆଯାଇଥିବା ଦଳର ଏହି ନିଷ୍ପତ୍ତି ଆଶ୍ଚର୍ଯ୍ୟଜନକ। ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ରେ ଅନୁଷ୍ଠିତ ହେବ ଏବଂ ଏଥିପାଇଁ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି।

ହରିୟାଣାରେ ଭାଜପା ବିପ୍ଳବ କୁମାର ଦେବଙ୍କୁ ଚଳିତ ବର୍ଷ ଲୋକ ସଭା ନିର୍ବାଚନ ପ୍ରଭାରୀ ନିଯୁକ୍ତ କରିଥିଲା। ବିପ୍ଳବ କୁମାର ଭାରତୀୟ ଜନତା ଦଳର ଜଣେ ରାଜ୍ୟ ସଭା ସଦସ୍ୟ। ଦଳ ତାଙ୍କ ସ୍ଥାନରେ ସତୀଶ ପୁନିଆଙ୍କୁ ଦାୟିତ୍ୱରେ ରଖିଛି। ତାଙ୍କ ସହ ସୁରେନ୍ଦ୍ର ସିଂ ନାଗରଙ୍କୁ ସହ-ପ୍ରଭାରୀ କରାଯାଇଛି।

ରାଜସ୍ଥାନରେ ଭାଜପା ବର୍ତ୍ତମାନର ଦାୟିତ୍ୱରେ ଥିବା ପ୍ରହ୍ଲାଦ ଯୋଶୀଙ୍କୁ ହଟାଇ ତାଙ୍କ ସ୍ଥାନରେ ବରିଷ୍ଠ ନେତା ବିନୟ ସହସ୍ରାବୁଦ୍ଧେଙ୍କୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ସେହିପରି ବିଜୟ ରହାଟକର ଏବଂ ପ୍ରବେଶ ବର୍ମାଙ୍କୁ ରାଜସ୍ଥାନର ସହ-ପ୍ରଭାରୀ ନିଯୁକ୍ତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?