Posted inଜାତୀୟ

ସରିଲା ଭାଜପାର କୋର କମିଟି ବୈଠକ

ନୂଆଦିଲ୍ଲୀ,୧୯।୩: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦିଲ୍ଲୀରେ ଆୟୋଜିତ ଭାଜପା କୋର କମିଟି ବୈଠକ ଶେଷ ହୋଇଛି। ଏହି ବୈଠକରେ ଭାଜପା ୟୁପିର ଅବଶିଷ୍ଟ ୨୪ଟି ଆସନ ଉପରେ ଆଲୋଚନା କରିଛି। ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ ୟୁପିର ମିର୍ଜାପୁର ଏବଂ ସୋନଭଦ୍ର ଆସନକୁ କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲଙ୍କ ଦଳ ଆପନା ଦଳ (ଏସ)କୁ ଦିଆଯିବ। ଏଥିସହିତ ୟୁପିର ବାରବଙ୍କି ସିଟରୁ ଟିକେଟ ଫେରସ୍ତ କରିଥିବା ଉପେନ୍ଦ୍ର ରାୱତଙ୍କ ସ୍ଥାନରେ ଏକ ନୂଆ ଚେହେରା ଦିଆଯିବ।

ବୈଠକ ଶେଷ ହେବା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଏବଂ ୟୁପି ଭାଜପା ସଭାପତି ଭୁପେନ୍ଦ୍ର ଚୌଧୁରୀ ଭାଜପା ମୁଖ୍ୟାଳୟ ଛାଡିଛନ୍ତି। ବର୍ତ୍ତମାନ ଖୁବ ଶୀଘ୍ର ଭାଜପା ୟୁପିର ଅବଶିଷ୍ଟ ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିବ। ୟୁପିରେ ଥିବା ୮୦ଟି ସିଟ ମଧ୍ୟରୁ ଭାଜପା ୫୧ ଟି ଆସନରେ ପ୍ରାର୍ଥୀ ନିଷ୍ପତ୍ତି ନେଇଛି, ଏହି ଭାଜପା ତାର ସହଯୋଗୀ ଆରଏଲଡିକୁ ଦୁଇଟି ଆସନ ଏବଂ ସୁଭାସପାଙ୍କୁ ଗୋଟିଏ ସିଟ ଦେଇଛି।

ୟୁପିର ୮୦ଟି ସିଟ ପାଇଁ ସାତୋଟି ପର୍ଯ୍ୟାୟରେ ଭୋଟ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ରେ ଏବଂ ସପ୍ତମ ପର୍ଯ୍ୟାୟ ଭୋଟ ଜୁନ ୧ ରେ ଅନୁଷ୍ଠିତ ହେବ। ଏହି ନିର୍ବାଚନର ଫଳାଫଳ ଜୁନ ୪ରେ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?