Posted inଜାତୀୟ

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ମୂଲାୟମଙ୍କ ବୋହୂ: ରାଜନୈତିକ ଚର୍ଚ୍ଚା ଆରମ୍ଭ

ଲକ୍ଷ୍ନୌ,୧୭।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ସେପଟେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୂଲାୟମ ସିଂ ଯାଦବଙ୍କ ବୋହୂ ତଥା ଭାଜପା ନେତା ଅପର୍ଣ୍ଣା ଯାଦବ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ଅପର୍ଣ୍ଣା ଯାଦବଙ୍କ ସାକ୍ଷାତ ପରେ ୟୁପିରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି। ଅପର୍ଣ୍ଣାଙ୍କୁ ୟୁପିର ଯେକୌଣସି ଆସନରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ।
ଅପର୍ଣ୍ଣା ଯାଦବ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ସିଏମ ଯୋଗୀଙ୍କ ସହ ତାଙ୍କର ସାକ୍ଷାତ ଫଟୋ ମଧ୍ୟ ଶେୟାର କରିଛନ୍ତି। ସେ ଏହି ବୈଠକକୁ କେବଳ ସୌଜନ୍ୟମୂଳକ ବୋଲି ବର୍ଣ୍ଣନା କରିଛନ୍ତି। ତେବେ ସିଏମ ଯୋଗୀ ଏବଂ ଅପର୍ନା ଯାଦବଙ୍କ ମଧ୍ୟରେ ହୋଇଥିବା ବୈଠକର ଏହି ଫଟୋ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାପୂର୍ବରୁ ଅପର୍ଣ୍ଣା ଯାଦବ ଭାଜପାର ଜାତୀୟ ସାଧାରଣ ସମ୍ପାଦକ ସୁନୀଲ ବଂଶଲଙ୍କୁ ଭେଟିଥିଲେ।
ଅପର୍ଣ୍ଣା ଯାଦବ ୟୁପି ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। ସେବେଠାରୁ ସେ ନିର୍ବାଚନକୁ ନେଇ ଅନେକ ଥର ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri