Posted inଜାତୀୟ

ୟୁପିରେ ଛିଣ୍ଡିଲା କଂଗ୍ରେସ-ଏସପି ମଧ୍ୟରେ ଆସନ ଭାଗବଣ୍ଟା, ଜାଣନ୍ତୁ କେଉଁ ଦଳକୁ ମିଳିଲା କେତେ ଆସନ

ଲକ୍ଷ୍ନୌ,୨୭।୧: ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଆସନ ଭାଗବଣ୍ଟା କରାଯାଇଛି। ୟୁପିରେ ୧୧ ଆସନରେ କଂଗ୍ରେସ ନିର୍ବାଚନ ଲଢିବ। ଶନିବାର ସୋସିଆଲ ମିଡିଆରେ ଏସପି ଅଧ୍ୟକ୍ଷ ଅଖିଳେଶ ଯାଦବ ଏହି ସୂଚନା ଦେଇଛନ୍ତି। ଅଖିଳେଶ କହିଛନ୍ତି, କଂଗ୍ରେସ ସହିତ ୧୧ଟି ମଜଭୁତ ଆସନ ସହିତ ଆମର ମହତ୍ତ୍ୱପୂର୍ଣ୍ଣ ମେଣ୍ଟର ଭଲ ଆରମ୍ଭ ହୋଇଛି ଏବଂ ବିଜୟର ସମୀକରଣ ସହିତ ଏହି ଧାରା ଆଗକୁ ବଢିବ। ‘ଇଣ୍ଡିଆ’ ଦଳ ଏବଂ ‘ପିଡିଏ’ର ରଣନୀତି ଇତିହାସ ବଦଳାଇ ଦେବ।

ଉତ୍ତରପ୍ରଦେଶରେ ଏସପି କଂଗ୍ରେସକୁ ୧୧ଟି ଆସନ ଦେବାକୁ ଘୋଷଣା କରିଛନ୍ତି। ଏଥିମଧ୍ୟରୁ ଦୁଇଟି ଆସନ ରାୟବରେଲି ଏବଂ ଆମେଠୀ ମଧ୍ୟ ରହିଛି। ଏହା ବ୍ୟତୀତ ଅନ୍ୟ କେଉଁ ନଅଟି ଆସନ ଦିଆଯାଇଛି ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସିି ସୂଚନା ମିଳିନାହିଁ। ଖବର ଅନୁଯାୟୀ, ପଶ୍ଚିମ ୟୁପିରେ ଚାରୋଟି ଆସନରେ କଂଗ୍ରେସ ନିର୍ବାଚନ ଲଢିପାରେ। ଏହି ଆସନ ମଧ୍ୟରୁ ଗୋଟିଏ ହେଉଛି ଉମରୋହା, ଯେଉଁଠାରେ କୁନୱାର ଦାନିଶ ଅଲି ଏମ୍‌ପି ଅଛନ୍ତି। ଗତ ମାସରେ ଡିସେମ୍ବରରେ ତାଙ୍କୁ ବିଏସପିରୁ ବହିଷ୍କାର କରାଯାଇଥିଲା।

ପଶ୍ଚିମ ୟୁପି ବ୍ୟତୀତ ପୂର୍ବାଞ୍ଚଳ ଏବଂ ବୁନ୍ଦେଲଖଣ୍ଡରେ କଂଗ୍ରେସକୁ ମଧ୍ୟ ଆସନ ଦିଆଯାଇପାରେ। ଏସପି ମୁଖ୍ୟ ପୂର୍ବରୁ କହିଥିଲେ ଯେ, ସେ ଚଳିତ ମାସ ଶେଷ ସୁଦ୍ଧା ଆସନ ଉପରେ ନିଷ୍ପତ୍ତି ନେବେ ଏବଂ ବର୍ତ୍ତମାନ ଏହା ମଧ୍ୟ ଏସପି ଘୋଷଣା କରିଛି। ତେବେ ଏ ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ। ସୂଚନାଯୋଗ୍ୟ, ୨୦୧୯ ନିର୍ବାଚନରେ କଂଗ୍ରେସ କେବଳ ଗୋଟିଏ ରାୟବରେଲି ଆସନରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri