Posted inଜାତୀୟ

ୟୁପିରେ ଛିଣ୍ଡିଲା କଂଗ୍ରେସ-ଏସପି ମଧ୍ୟରେ ଆସନ ଭାଗବଣ୍ଟା, ଜାଣନ୍ତୁ କେଉଁ ଦଳକୁ ମିଳିଲା କେତେ ଆସନ

ଲକ୍ଷ୍ନୌ,୨୭।୧: ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଆସନ ଭାଗବଣ୍ଟା କରାଯାଇଛି। ୟୁପିରେ ୧୧ ଆସନରେ କଂଗ୍ରେସ ନିର୍ବାଚନ ଲଢିବ। ଶନିବାର ସୋସିଆଲ ମିଡିଆରେ ଏସପି ଅଧ୍ୟକ୍ଷ ଅଖିଳେଶ ଯାଦବ ଏହି ସୂଚନା ଦେଇଛନ୍ତି। ଅଖିଳେଶ କହିଛନ୍ତି, କଂଗ୍ରେସ ସହିତ ୧୧ଟି ମଜଭୁତ ଆସନ ସହିତ ଆମର ମହତ୍ତ୍ୱପୂର୍ଣ୍ଣ ମେଣ୍ଟର ଭଲ ଆରମ୍ଭ ହୋଇଛି ଏବଂ ବିଜୟର ସମୀକରଣ ସହିତ ଏହି ଧାରା ଆଗକୁ ବଢିବ। ‘ଇଣ୍ଡିଆ’ ଦଳ ଏବଂ ‘ପିଡିଏ’ର ରଣନୀତି ଇତିହାସ ବଦଳାଇ ଦେବ।

ଉତ୍ତରପ୍ରଦେଶରେ ଏସପି କଂଗ୍ରେସକୁ ୧୧ଟି ଆସନ ଦେବାକୁ ଘୋଷଣା କରିଛନ୍ତି। ଏଥିମଧ୍ୟରୁ ଦୁଇଟି ଆସନ ରାୟବରେଲି ଏବଂ ଆମେଠୀ ମଧ୍ୟ ରହିଛି। ଏହା ବ୍ୟତୀତ ଅନ୍ୟ କେଉଁ ନଅଟି ଆସନ ଦିଆଯାଇଛି ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସିି ସୂଚନା ମିଳିନାହିଁ। ଖବର ଅନୁଯାୟୀ, ପଶ୍ଚିମ ୟୁପିରେ ଚାରୋଟି ଆସନରେ କଂଗ୍ରେସ ନିର୍ବାଚନ ଲଢିପାରେ। ଏହି ଆସନ ମଧ୍ୟରୁ ଗୋଟିଏ ହେଉଛି ଉମରୋହା, ଯେଉଁଠାରେ କୁନୱାର ଦାନିଶ ଅଲି ଏମ୍‌ପି ଅଛନ୍ତି। ଗତ ମାସରେ ଡିସେମ୍ବରରେ ତାଙ୍କୁ ବିଏସପିରୁ ବହିଷ୍କାର କରାଯାଇଥିଲା।

ପଶ୍ଚିମ ୟୁପି ବ୍ୟତୀତ ପୂର୍ବାଞ୍ଚଳ ଏବଂ ବୁନ୍ଦେଲଖଣ୍ଡରେ କଂଗ୍ରେସକୁ ମଧ୍ୟ ଆସନ ଦିଆଯାଇପାରେ। ଏସପି ମୁଖ୍ୟ ପୂର୍ବରୁ କହିଥିଲେ ଯେ, ସେ ଚଳିତ ମାସ ଶେଷ ସୁଦ୍ଧା ଆସନ ଉପରେ ନିଷ୍ପତ୍ତି ନେବେ ଏବଂ ବର୍ତ୍ତମାନ ଏହା ମଧ୍ୟ ଏସପି ଘୋଷଣା କରିଛି। ତେବେ ଏ ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ। ସୂଚନାଯୋଗ୍ୟ, ୨୦୧୯ ନିର୍ବାଚନରେ କଂଗ୍ରେସ କେବଳ ଗୋଟିଏ ରାୟବରେଲି ଆସନରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri