Posted inଜାତୀୟ

ରାଏବରେଲି ଆସନ ଛାଡିପାରନ୍ତି ସୋନିଆ, ଏହି ଲୋକ ସଭା ନିର୍ବାଚନମଣ୍ଡଳୀରୁ ଲଢିବା ପାଇଁ ପାସ୍‌ ହେଲା ପ୍ରସ୍ତାବ

ନୂଆଦିଲ୍ଲୀ,୪।୧: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ସମୟରେ ତେଲଙ୍ଗାନା କଂଗ୍ରେସ ଦଳର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ନେଇ ଏକ ପ୍ରସ୍ତାବ ପାରିତ କରିଛି। ଏଥିରେ ତେଲଙ୍ଗାନା କଂଗ୍ରେସ ସାଧାରଣ ନିର୍ବାଚନରେ ସୋନିଆଙ୍କୁ ରାଜ୍ୟର ଯେକୌଣସି ଆସନରୁ ନିର୍ବାଚନ ଲଢିବାକୁ ଦାବି କରିଛି। ଯଦି ଏପରି ଘଟେ ତେବେ ସେ ମେଡକ ଆସନରୁ ନିର୍ବାଚନ ମଇଦାନକୁ ଓହ୍ଲାଇବେ ବୋଲି କଳ୍ପନାଜଳ୍ପନା କରାଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ମଧ୍ୟ ଏଠାରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିସାରିଛନ୍ତି।

କଂଗ୍ରେସ ନେତା ମଧୁ ୟାକ୍ଷି ଗୌଡ କହିଛନ୍ତି , ଆମେ ଏକ ପ୍ରସ୍ତାବ ପାରିତ କରିଛୁ ଯେ ସୋନିଆ ଗାନ୍ଧୀ ତେଲଙ୍ଗାନାରୁ ନିର୍ବାଚନ ଲଢନ୍ତୁ। ତାଙ୍କର ଏହି ଲଢେଇରୁ ସମଗ୍ର ଦକ୍ଷିଣ ଭାରତରେ ଦଳ ପାଇଁ ଲାଭଦାୟକ ହେବ। ସୋନିଆ ଗାନ୍ଧୀ ବର୍ତ୍ତମାନ ରାଏବରେଲିରୁ ଏମ୍‌ପି ଅଛନ୍ତି। ରାଏବରେଲି ଆସନ କଂଗ୍ରେସର ଏକ ଗଡ଼ ପାଲଟିଛି। ଗତ ଚାରିଟି ନିର୍ବାଚନରେ ସୋନିଆ ଏଠାରୁ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri