Posted inଜାତୀୟ

ଭାଜପାରେ କିଏ ହେବେ ନରେନ୍ଦ୍ର ମୋଦିଙ୍କ ଉତ୍ତରାଧିକାରୀ: ସର୍ଭେ

ନୂଆଦିଲ୍ଲୀ,୨୭ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ସାରା ବିଶ୍ୱରେ ବେଶ ପରିଚିତ । କେବଳ ଦେଶ କାହିଁକି ବିଦେଶରେ ବି ମୋଦିଙ୍କ ଲୋକପ୍ରିୟତା ଖୁବ୍ ରହିଛି । ଏବେ ତ ପ୍ରଧାନମନ୍ତ୍ରୀ ମୋଦି ଅବସର ନେବାର କୌଣସି ସୂଚନା ଜଣାପଡୁନାହିଁ । ହେଲେ ଏକ ସର୍ଭେରେ ଜାଣିବାକୁ ଚେଷ୍ଟା କରାଯାଇଛି କି ଯଦି ମୋଦିଙ୍କ ଉତ୍ତରାଧିକାରୀ ବଛାଯାଏ ତେବେ କେଉଁ ନେତା ସବୁଠାରୁ ଅଧିକ ଉପଯୁକ୍ତ ହେବେ ।
ଇଣ୍ଡିଆ ଟୁଡେ ଓ ସି ଭୋଟର ଦେଶର ଜନତାଙ୍କ ମୁଡ ଜାଣିବାକୁ ଚେଷ୍ଟା କରିଛି । ଏହି ସର୍ଭେରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉତ୍ତରାଧିକାରୀଙ୍କୁ ନେଇ ବି ଜନତାଙ୍କ ମୁଡ ଜଣାପଡିଛି ।
ଏବେବି ଅନେକ ଲୋକ ମୋଦିଙ୍କୁ ନମ୍ବର ୱାନରେ ରଖିଛନ୍ତି । ଏମିତି ୫୨.୫ ପ୍ରତିଶତ ଲୋକ ଅଛନ୍ତି, ଯେଉଁମାନେ ୨୦୨୪ରେ ବି ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛନ୍ତି । ତେବେ ମୋଦିଙ୍କ ଉତ୍ତରାଧିକାରୀ ଭାବେ ଯେଉଁ ନେତାମାନେ ଆଗରେ ରହିଛନ୍ତି ସେମାନଙ୍କ ମଧ୍ୟରେ ଏକ ନମ୍ବରରେ ରହିଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଆଉ ତାଙ୍କୁ ଟକ୍କର ଦେଉଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ମୋଦିଙ୍କ ଉତ୍ତରାଧିକାରୀ ଭାବେ ୨୬ ପ୍ରତିଶତ ଲୋକେ ଶାହାଙ୍କୁ ସମର୍ଥନ ଦେଇଛନ୍ତି । ସେହିପରି ୨୫ ପ୍ରତିଶତ ଲୋକେ ଯୋଗୀ ଆଦିତ୍ୟନାଥଙ୍କୁ ମୋଦିଙ୍କ ଉତ୍ତରାଧିକାରୀ ଭାବେ ପସନ୍ଦ କରିଛନ୍ତି ।
ନୀତୀନ ଗଡକରି ବି ଏହି ରେସରେ ରହିଛନ୍ତି । ଦେଶର ୧୬ ପ୍ରତିଶତ ଲୋକେ ନୀତୀନ ଗଡକରିଙ୍କୁ ମୋଦିଙ୍କ ଉତ୍ତରାଧିକାରୀ ଭାବେ ଦେଖିବାକୁ ଚାହୁଁଥିବା ବେଳେ ୬ ପ୍ରତିଶତ ଲୋକେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ମୋଦିଙ୍କ ଉତ୍ତରାଧିକାରୀ ଭାବେ ଦେଖିବାକୁ ଚାହୁଁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri