Posted inଜାତୀୟ

ଲୋକ ସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ଜାରି, ଜାଣନ୍ତୁ କେଉଁ ରାଜ୍ୟରେ କେତେ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୦।୩: ଗତ ସପ୍ତାହରେ ନିର୍ବାଚନ ଆୟୋଗ ଲୋକ ସଭା ନିର୍ବାଚନ ୨୦୨୪ ତାରିଖ ଘୋଷଣା କରିବା ପରେ ସମସ୍ତ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥର ସାଧାରଣ ନିର୍ବାଚନ ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ପ୍ରଥମ ପର୍ଯ୍ୟାୟ ପାଇଁ ନିର୍ବାଚନ ଆୟୋଗ ମାର୍ଚ୍ଚ ୨୦ରେ ବିଜ୍ଞପ୍ତି ଜାରି କରିଛନ୍ତି।

ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟରେ ୧୦୨ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଉତ୍ତରପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ ଏବଂ ଅରୁଣାଚଳ ପ୍ରଦେଶ ସମେତ ୨୧ଟି ରାଜ୍ୟରୁ ପ୍ରାର୍ଥୀମାନେ ଆଜିଠାରୁ ନାମାଙ୍କନ ଦାଖଲ କରିବେ। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୧୯ରେ ୨୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟ ଗ୍ରହଣ କରାଯିବାକୁ ଥିବାବେଳେ ଫଳାଫଳ ଜୁନ ୪ରେ ଘୋଷଣା କରାଯିବ।

ଯଦି ଆମେ ୨୦୨୪ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ବିଷୟରେ ଆଲୋଚନା କରିବା, ତେବେ ଅରୁଣାଚଳ ପ୍ରଦେଶରେ ୨, ଆସାମରେ ୪, ମଣିପୁରରେ ୪, ମେଘାଳୟରେ ୨, ମିଜୋରାମରେ ୨, ନାଗାଲାଣ୍ଡରେ ୨, ସିକ୍କିମରେ ୨, ତ୍ରିପୁରାରେ ୨, ଆଣ୍ଡାମାନରେ ନିକୋବର, ଲକ୍ଷ୍ମୀଦୀପରେ ୧ ଟି ରହିଛି। ସେହିପରି ପୁଡୁଚେରୀରେ ୧, ତାମିଲନାଡୁରେ ୩୯ଟି, ରାଜସ୍ଥାନରେ ୧୨ଟି, ଉତ୍ତରପ୍ରଦେଶରେ ୮ଟି, ମଧ୍ୟପ୍ରଦେଶରେ ୬ ଟି, ମହାରାଷ୍ଟ୍ରରେ ୫ଟି, ଉତ୍ତରାଖଣ୍ଡରେ ୫ଟି, ବିହାରରେ ୫ଟି ଏବଂ ପଶ୍ଚିମବଙ୍ଗରେ ୫ଟି ସିଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri