Posted inଜାତୀୟ

‘ମମତା ବାନାର୍ଜୀଙ୍କ ହାତରେ ଲାଗିଛି ରକ୍ତର ଛିଟା’

କୋଲକତା,୧।୯: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ‘ଖେଲା ହବେ’ର ସ୍ଲୋଗାନକୁ ଦୋହରାଇଛନ୍ତି। ଏ ନେଇ ଭାଜପା ତାଙ୍କୁ ଟାର୍ଗେଟ୍‌ କରିଛି। ପଶ୍ଚିମବଙ୍ଗର ଭାଜପା ବିଧାୟକ ତଥା ଦଳର ସାଧାରଣ ସମ୍ପାଦକ ଅଗ୍ନିମିତ୍ର ପାଲ କହିଛନ୍ତି ଯେ, ମମତା ବାନାର୍ଜୀ ରକ୍ତର ଖେଳ ଖେଳିଛନ୍ତି। ତାଙ୍କ ହାତରେ ରକ୍ତର ଛିଟା ଲାଗିଛି।
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ରେ ମମତା ବାନାର୍ଜୀ ‘ଖେଲା ହବେ’ ସ୍ଲୋଗାନ ଉଠାଇଥିଲେ ଯାହା ଉପରେ ବହୁ ଚର୍ଚ୍ଚା ହୋଇଥିଲା। ଏହି ନିର୍ବାଚନରେ ମମତା ବାନାର୍ଜୀଙ୍କ ଦଳ ଟିଏମସି ବହୁ ସଂଖ୍ୟାରେ ଆସନ ଜିତି ତୃତୀୟ ଥର ପାଇଁ ସରକାର ଗଠନ କରିଛି। ବର୍ତ୍ତମାନ ମମତା ବାନାର୍ଜୀ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବୈଠକ ପୂର୍ବରୁ ଏହି ସ୍ଲୋଗାନକୁ ପୁଣି ଥରେ ଦୋହରାଇଛନ୍ତି।
ମମତା ବାନାର୍ଜୀଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଅଗ୍ନିମିତ୍ର ପାଲ କହିଛନ୍ତି, ଖେଳ ତ ମମତା ବାନାର୍ଜୀ ସହ ହୋଇସାରିଛି। ଗୋଆରେ ଶୂନ, ତ୍ରିପୁରାରେ ଶୂନ, ସେ ଯେଉଁଆଡେ ଯାଇଛନ୍ତି, ସେ ଶୂନ ପାଇଛନ୍ତି। ୨୦୨୪ରେ ତାଙ୍କୁ ଆମର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ କ୍ଲିନ୍‌ ବୋଲ୍ଡ କରିଦେବେ।
ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଉପରେ ଅଗ୍ନିମିତ୍ର କହିଛନ୍ତି, ସେ ଖେଲା ହବେ କହୁଛନ୍ତି। କିନ୍ତୁ ସେ ପୁର୍ବରୁ ରକ୍ତର ଖେଳ ଖେଳିଛନ୍ତି। ପଶ୍ଚିମବଙ୍ଗରେ ପ୍ରତିଦିନ ହିଂସା ଘଟୁଛି। କେତେ ଲୋକଙ୍କର ଜୀବନ ଯାଉଛି। ସେଥିରେ ସେ ସନ୍ତୁଷ୍ଟ ନାହାନ୍ତି। ଆହୁରି ଖେଳିବାକୁ ଚାହୁଁଛନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri